www.samajalive.in
Monday, December 15, 2025
15.1 C
Bhubaneswar

୪ ଦିନ କାଳବୈଶାଖୀ, ୧୨ ଜିଲାକୁ ସତର୍କତା

ସମାଜ: ରବିବାର ଅପରାହ୍ଣରେ କାଳବୈଶାଖୀ ଜନିତ ବିଜୁଳି ଘଡଘଡି ସହ ବର୍ଷା ପବନ ଆଶ୍ବସ୍ତି ଆଣିଛି। ଉପକୂଳବର୍ତ୍ତୀ ଜିଲାଗୁଡିକରେ କଳାବୈଶାଖୀ ଜନିତ ଝଡ଼ବର୍ଷା ସାଙ୍ଗକୁ ବଜ୍ରପାତ ଏବଂ କୁଆପଥର ବର୍ଷା ହୋଇଛି। ସୋମବାର ୧୨ ଜିଲାରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡଘଡି ହେବାକୁ ଥିବାବେଳେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସତର୍କତା ଜାରି କରିଛି।

ପଶ୍ଚିମାଝଡ ପ୍ରଭାବ ଏବଂ ଏକ ନିମ୍ନ ଚାପରେଖା ଆଭ୍ୟନ୍ତରୀଣ ଓଡ଼ିଶାରୁ ଉତ୍ତର ତାମିଲନାଡୁ, ଛତିଶଗଡ, ବିଦର୍ଭ ଦେଇ ଆଭ୍ୟନ୍ତରୀଣ କର୍ଣ୍ଣାଟକ ପର୍ଯ୍ୟନ୍ତ ଲମ୍ବିଛି। ଏହାର ପ୍ରଭାବରେ ରବିବାର ଅପରାହ୍ଣ ୩ଟା ବେଳକୁ ଆକାଶ ମେଘୁଆ ହେବା ସହ ବିଜୁଳି ଘଡଘଡି ଏବଂ ଝଡ଼ବର୍ଷା ହୋଇଛି। ଉପକୂଳ ସହିତ ଉତ୍ତର ଓଡ଼ିଶାର ଅନେକ ଅଞ୍ଚଳରେ କାଳବୈଶାଖୀ ଯୋଗୁ ତାତିରୁ ଆଶ୍ବସ୍ତି ମିଳିଛି। ଏହା ସତ୍ତ୍ବେ ମାଲକାନଗିରିରେ ସର୍ବାଧିକ ଦିନ ତାପମାତ୍ରା ୪୧.୧ ଡିଗ୍ରୀ ରେକର୍ଡ ହୋଇଛି, ଯାହାକି ରାଜ୍ୟର ସବୁଠୁ ଉତ୍ତପ୍ତ ସହର।

- Advertisement -

ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ତାପମାତ୍ରା ପ୍ରାୟ ଅଞ୍ଚଳରେ ୨ରୁ ୩ଡିଗ୍ରୀ ହ୍ରାସ ପାଇବାକୁ ଥିବାବେଳେ ପରବର୍ତ୍ତୀ ସମୟରେ ଦିନ ତାପମାତ୍ରା ୨ରୁ୩ ଡିଗ୍ରୀ ପର୍ଯ୍ୟନ୍ତ ବଢିବାର ସମ୍ଭାବନା ରହିଛି। ଫଳସ୍ବରୂପ ପୂର୍ବାହ୍ଣରେ ଟାଣଖରା ଏବଂ ଅପରାହ୍ଣରେ ବର୍ଷା ଆଣିବ ଆଶ୍ବସ୍ତି। ଆଗାମୀ ୪ଦିନ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। ଏପ୍ରିଲ ୮ରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହୁଛି। କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ସୁବର୍ଣ୍ଣପୁର, ସମ୍ବଲପୁର, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, କଳାହାଣ୍ଡି ଏବଂ ଅନୁଗୋଳ ଜିଲାକୁ କାଳବୈଶାଖୀ ନେଇ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ରହିବାକୁ ପାଣିପାଗ ବିଭାଗ ଏବଂ ଏସଆରସି ସତ୍ୟବ୍ରତ ସାହୁ ଜନସାଧାରଣ ଏବଂ ଜିଲାପାଳଙ୍କୁ ପରାମର୍ଶ ଦେଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories