www.samajalive.in
Monday, December 8, 2025
20.1 C
Bhubaneswar

୪ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: କାଳବୈଶାଖୀ ପ୍ରଭାବରେ ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଏବଂ ଗଜପତି ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କେନ୍ଦ୍ରର ପୂର୍ବାନୁମାନ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ ଏବଂ ରାୟଗଡାରେ କାଳବୈଶାଖୀ ଅନୁଭୂତ ହେବ। ବିଜୁଳି ଘଡଘଡି ସହ ବର୍ଷା ପବନ ବହିବ। ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ। ଏହାକୁ ଲକ୍ଷ୍ୟ କରି ପାଣିପାଗ ବିଭାଗ ଉପରୋକ୍ତ ଜିଲାଗୁଡିକୁ ସତର୍କ ସୂଚନା ଜାରି କରିଛି। ଜିଲାପାଳମାନେ ସତର୍କ ରହିବା ପାଇଁ ସ୍ୱତନ୍ତ୍ର ରିଲିଫ ଆୟୁକ୍ତ(ଏସ୍‍ଆରସି)ଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।

ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରି କହିଛନ୍ତି, ଆରବ ସାଗରରେ ସୃଷ୍ଟି ହେବାକୁ ଯାଉଥିବା ଲଘୁଚାପ ଘନୀଭୂତ ହୋଇ ୧୬ ତାରିଖ ସକାଳ ସୁଦ୍ଧା ବାତ୍ୟା ରୂପ ନେଇପାରେ। ବାତ୍ୟା ଆରମ୍ଭରେ ପଶ୍ଚିମ ଉପକୂଳ ତଥା ପ୍ରାୟତଃ ସମାନ୍ତରାଳରେ ଗତି କରିବ। କେତେକ ମଡେଲ କହୁଛି, ଏହା ଗୁଜରାଟ ଆଡେ ମୁହାଁଇବାର ସମ୍ଭାବନା ଅଛି। ଯଦି ଏହା ହୁଏ ତେବେ ୧୮ରେ ସ୍ଥଳଭାଗ ଛୁଇଁପାରେ। ଏହାଦ୍ୱାରା କେରଳ, କର୍ଣ୍ଣାଟକ, ମହାରାଷ୍ଟ୍ର ଓ ଗୁଜରାଟରେ ପ୍ରବଳ ବର୍ଷା ହୋଇପାରେ। ଲଘୁଚାପ ହୋଇ ଅବପାତ ନେବା ପରେ ଅଧିକ ଆକଳନ କରାଯାଇ ପାରିବ। କିନ୍ତୁ ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ରହିବ ନାହିଁ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories