ଭୁବନେଶ୍ୱର: ରାଜ୍ୟରେ ପାଗ ଖରାଟିଆ ଓ ଶୁଖିଲା ରହିଛି। କିଛି ସ୍ଥାନରେ ତାପମାତ୍ରା ବଢ଼ିଛି। ଆସନ୍ତା ୨ଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ରହିଛି। ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ବହିବ। ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନକୁ ଲକ୍ଷ୍ୟ କରି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର କେତେକ ଜିଲାକୁ ସତର୍କ ସୂଚନା ଜାରି କରିଛି। କାଳବୈଶାଖୀ ପ୍ରଭାବ ନ ଥିବାରୁ ଗତ ୩ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି।
ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ସୋନପୁର, ବୌଦ୍ଧ ଏବଂ କନ୍ଧମାଳ ଜିଲାରେ କାଳବୈଶାଖୀ ଜନିତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହୋଇପାରେ। ପାଣିପାଗ କେନ୍ଦ୍ର ପକ୍ଷରୁ ଉପରୋକ୍ତ ଜିଲାଗୁଡିକୁ ସତର୍କ ସୂଚନା ଜାରି କରାଯାଇଛି। ତେବେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।



