www.samajalive.in
Sunday, December 7, 2025
14.1 C
Bhubaneswar

୪ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: କାଳବୈଶାଖୀ ପ୍ରଭାବରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ପବନ ହୋଇପାରେ। କଳାହାଣ୍ଡି, କନ୍ଧମାଳ, ରାୟଗଡା ଏବଂ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଭଳି ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ପଶ୍ଚିମ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇଛି। ୭ ସ୍ଥାନରେ ପାରଦ ୪୦ ଡିଗ୍ରୀ ଟପିଛି। ଟିଟିଲାଗଡରେ ସର୍ବୋଚ୍ଚ ତାପମାତ୍ରା ୪୧.୨ ଡିଗ୍ରୀ ରେକର୍ଡ କରାଯାଇ ଥିବାବେଳେ ସୋନପୁର ଓ ଭବାନୀପାଟଣାରେ ୪୧, ସମ୍ବଲପୁର ଓ ବଲାଙ୍ଗୀରରେ ୪୦.୪, ମାଲକାନଗିରି ୪୦.୫ ଏବଂ ବୌଦ୍ଧରେ ୪୦ ଡିଗ୍ରୀ ପାରଦ ରହିଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆଗାମୀ ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଅନୁଭୂତ ହୋଇପାରେ। ଏହାର ପ୍ରଭାବରେ ବିଜୁଳି ଘଡଘଡି ସହ ବର୍ଷା ପବନ ବହିବ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକ ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୫ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାଶ ଆକଳନ କରି କହିଛନ୍ତି, ଜୁନ୍‍ ୩ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ କେରଳ ଛୁଇଁବାର ସମ୍ଭାବନା ରହିଛି। ଯଦି ଜୁନ୍‍ ୩ ସୁଦ୍ଧା କେରଳରେ ମୌସୁମି ବାୟୁ ବହେ ତେବେ ଓଡ଼ିଶାରେ ମୌସୁମି ଛୁଇଁବାକୁ ୧୦ରୁ ୧୪ ଦିନ ସମୟ ଲାଗିବ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories