www.samajalive.in
Saturday, December 6, 2025
14.1 C
Bhubaneswar

ଉତ୍ତର ବଙ୍ଗୋପସାଗରରେ ଲଘୁଚାପ, ୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଶୁକ୍ରବାର ସକାଳେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଯାହା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ଆଖାପାଖି ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି। ଏହାସହ ଜଡିତ ଘୂର୍ଣ୍ଣବଳୟ ସମୁଦ୍ର ପତନଠାରୁ ବାୟୁମଣ୍ଡଳ ମଧ୍ୟ ଭାଗ ଯାଏଁ ବ୍ୟାପିଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ରାଜ୍ୟରେ ୧୪ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ। କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ ଆଉ କିଛି ସ୍ଥାନରେ ଅତିରୁ ଅତି ପ୍ରବଳ ବର୍ଷା ହୋଇପାରେ।

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆଜି ବାର୍ହା ପାଇଁ ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ ଏବଂ ଅନୁଗୋଳ ଭଳି ୬ଜିଲାକୁ ଲାଲ ସତର୍କ ସୂଚନା ଜାରି କରାଯାଇଛି। ସେହିଭଳି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ଢେଙ୍କାନାଳ, କଟକ ଏବଂ ଦେବଗଡ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲାଗୁଡିକୁ କମଳା ରଙ୍ଗର ସତର୍କ ସୂଚନା ଦିଆଯାଇଛି। ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଜପତି, ଗଞ୍ଜାମ, ରାୟଗଡା ଏବଂ କନ୍ଧମାଳ ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ହୋଇପାରେ। ଉପରୋକ୍ତ ଜିଲାଗୁଡିକୁ ହଳଦିଆ ସତର୍କ ସୂଚନା ଦିଆଯାଇଛି। ପ୍ରଭାବିତ ଅଞ୍ଚଳରେ ଯାତାୟାତରୁ ନିବୃତ ରହିବାକୁ ପରାମର୍ଶ ଦିଆଯାଇଛି। ବର୍ଷା ଜଳ ନିଷ୍କାସନ ପାଇଁ ବ୍ୟବସ୍ଥା କରିବାକୁ କୁହାଯାଇଛି। ଏନେଇ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ଆକଳନ କରି କହିଛନ୍ତି, ଲଘୁଚାପର ଗତି ଧୀର ରହିଛି। ଯାହାଫଳରେ ଉପକୂଳରେ ବର୍ଷା ହେବାରେ ବିଳମ୍ବ ହେଉଛି। ତେବେ ଚାନ୍ଦବାଲି, ପାରାଦ୍ୱୀପ, ବାଲେଶ୍ୱର, ଗୋପାଳପୁର, ଝାରସୁଗୁଡା, କୋରାପୁଟ ଏବଂ ଛତ୍ରପୁରରେ ବର୍ଷା ହୋଇଛି।

- Advertisement -

ପାଣିପାଗ କେନ୍ଦ୍ର ଦ୍ୱାରା ଜାରି ସତର୍କ ସୂଚନାକୁ ଭିତି କରି ସ୍ୱତନ୍ତ୍ର ରିଲିଫ୍‍ ଆୟୁକ୍ତ ସତର୍କ ରହିବାକୁ ସମସ୍ତ ଜିଲାପାଳ, ମ୍ୟୁନିସପାଲିଟି ଆୟୁକ୍ତ, ଅଗ୍ନିଶମ ସେବା, ଏନ୍‍ଡିଆରଏଫ୍‍, ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରଶମନ ବିଭାଗ କାର୍ଯ୍ୟକାରୀ ନିର୍ଦେଶକ (ପ୍ରଶାସନିକ) ଓ କୃଷି ବିଭାଗକୁ ପରାମର୍ଶ ଦେଇଛନ୍ତି। ଜଳବନ୍ଦୀ ପରିଚାଳନା ପାଇଁ ପମ୍ପ, ଡିଜିସେଟ୍‍ ଓ ମାନବ ସମ୍ବଳ ପ୍ରସ୍ତୁତ ରଖିବାକୁ ଜିଲା ପ୍ରଶାସନକୁ ନିର୍ଦେଶ ଦିଆଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories