www.samajalive.in
Thursday, December 11, 2025
15.1 C
Bhubaneswar

୧୪ ପର୍ଯ୍ୟନ୍ତ ବର୍ଷା, ୧୭ ଜିଲାକୁ ସତର୍କ ସୂଚନା

ଭୁବନେଶ୍ବର: ଆସନ୍ତା ୫ରୁ ୬ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ ଦୁର୍ବଳ ରହିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ବର୍ଷା ପରିମାଣ କମିବା ଯୋଗୁଁ ରାଜ୍ୟରେ ନିଅଣ୍ଟିଆ ବର୍ଷା ବୃଦ୍ଧି ପାଉଛି। ତେବେ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ କହୁଛି, ମୌସୁମି ଦୁର୍ବଳ ରହିବା ସତ୍ତ୍ବେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି ଘଡଘଡି ସହ ବର୍ଷାର ପରିମାଣ ବୃଦ୍ଧି ପାଇବ। ବୁଧ ଓ ଗୁରୁବାର ଅଧିକ ବଜ୍ରପାତ ସମ୍ଭାବନା ଥିବାବେଳେ ଶୁକ୍ର ଓ ଶନିବାର ଏହା ହ୍ରାସ ପାଇବ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର କେତେକ ସ୍ଥାନ ଏବଂ ଦକ୍ଷିଣ ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ ଏବଂ ରାୟଗଡା ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ଘଟିବାର ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ରହିବା ପାଇଁ ସ୍ବତନ୍ତ୍ର ରିଲିଫ୍‌ ଆୟୁକ୍ତ ସମସ୍ତ ଜିଲାପାଳ ଏବଂ ମହାନଗର ନିଗମ ଆୟୁକ୍ତଙ୍କୁ ପରାମର୍ଶ ଦେଇଛନ୍ତି।

- Advertisement -

ଜୁନ୍ ପହିଲାରୁ ଅଗଷ୍ଟ ୧୦ ତାରିଖ ସୁଦ୍ଧା ରାଜ୍ୟରେ ସ୍ବାଭାବିକ ବର୍ଷା ୬୮୮.୧ ମିମି ହେବାକୁ ଥିବାବେଳେ ୪୮୮.୬ ମିମି ରେକର୍ଡ କରାଯାଇଛି। ଯାହାକି ୨୯ ପ୍ରତିଶତ ଅଭାବୀ ବର୍ଷା ହେଲାଣି। ଆଜି ଅପରାହ୍ଣ ସାଢେ ୫ଟା ସୁଦ୍ଧା ଭୁବନେଶ୍ବରରେ ସବୁଠୁ ଅଧିକ ବର୍ଷା ୪୫.୬ ମିମି ହୋଇଥିବାବେଳେ କଟକ, ପାରଳାଖେମୁଣ୍ଡି, ଚାନ୍ଦବାଲି, ସମ୍ବଲପୁର, ହୀରାକୁଦ, ଭବାନୀପାଟଣା, ବୌଦ୍ଧ, କୋରାପୁଟ, ସୋନପୁର ଏବଂ ଦାରିଙ୍ଗବାଡିରେ ବର୍ଷା ହୋଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories