୧୬ ସୁଦ୍ଧା ମୌସୁମି ସ୍ବାଭାବିକ

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ ବିହାର ଓ ଅରୁଣାଞ୍ଚଳ ପ୍ରଦେଶ ପୂର୍ବରେ ରହିଛି। ଫଳରେ ରାଜ୍ୟରେ ଏବେ ଦୁର୍ବଳ ମୌସୁମି ବାୟୁ ରହିଛି। ଆସନ୍ତା ୧୫ରୁ ୧୬ ତାରିଖ ମଧ୍ୟରେ ରାଜ୍ୟରେ ମୌସୁମି ବାୟୁ ସ୍ବାଭାବିକ ପରିସ୍ଥିତିକୁ ଫେରିବ। ବର୍ଷାର ପରିମାଣ ବଢ଼ିବ। ଚାଷ କାମ ଆଗେଇବ। ଏଭଳି ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

prayash

କେନ୍ଦ୍ରର ଆକଳନ ଅନୁଯାୟୀ, ବିହାର, ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ, ଝାଡଖଣ୍ଡ ଏବଂ ଆଭ୍ୟନ୍ତରୀଣ ଓଡ଼ିଶା ମଧ୍ୟରେ ଏକ ନିମ୍ନଚାପ ରେଖା ସମୁଦ୍ର ପତ୍ତନଠାରୁ ୧.୫ ଉଚ୍ଚରେ ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ନବରଙ୍ଗପୁର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ଘଟିପାରେ। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ସତର୍କତାକୁ ଦୃଷ୍ଟିରେ ରଖି ସମସ୍ତ ଜିଲାପାଳ ଏବଂ ମହାନଗର ନିଗମ ଆୟୁକ୍ତମାନେ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ୍‌ ଆୟୁକ୍ତ (ଏସ୍‌ଆରସି)ଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।

kalyan agarbati

Comments are closed.