www.samajalive.in
Sunday, December 14, 2025
14.1 C
Bhubaneswar

୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ

ଭୁବନେଶ୍ବର: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହି ଲଘୁଚାପ ଅଧିକ ଘନୀଭୂତ ହେବ। ୪ରୁ ୫ଦିନ ମଧ୍ୟରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡକୁ ମୁହାଁଇବା ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି।

ଆସନ୍ତା ୨ରୁ ୩ଦିନ ମଧ୍ୟରେ ଓଡ଼ିଶାରୁ ମୌସୁମି ବାୟୁ ପ୍ରତ୍ୟାବର୍ତ୍ତନ କରିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି। ମୁଖ୍ୟତଃ ଓଡ଼ିଶାର ଉତ୍ତର ପଶ୍ଚିମାଞ୍ଚଳର କିଛି ଅଞ୍ଚଳରୁ ମୌସୁମି ଅପସାରଣ କରିବା ଆରମ୍ଭ କରିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ରାୟଗଡା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ୫ଦିନ ପର୍ଯ୍ୟନ୍ତ ରାଜ୍ୟର ଦକ୍ଷିଣ ଉପକୂଳ, ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ।

- Advertisement -

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲାର ସୋରରେ ସବୁଠୁ ଅଧିକ ବର୍ଷା ୨୯ମିମି, କେନ୍ଦୁଝର ଆନନ୍ଦପୁରରେ ୨୨ମିମି ଏବଂ ଗଜପତିର ମୋହନାରେ ୧୭.୪ ମିମି ବର୍ଷା ରେକର୍ଡ କରାଯାଇଛି। ଶନିବାର ସକାଳ ସାଢ଼େ ୮ଟାରୁ ଅପରାହ୍ଣ ସାଢେ ୫ଟା ମଧ୍ୟରେ ନୟାଗଡ, ଦାରିଙ୍ଗବାଡି, ପୁରୀ, ଭୁବନେଶ୍ବର ଏବଂ ପାରାଦ୍ବୀପରେ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଓଡ଼ିଶାରୁ ଆଣ୍ଡାମାନ ସାଗର ଦୂରତା ପ୍ରାୟ ୧୩୦୦ କିଲୋମିଟର। ଲଘୁଚାପ ପ୍ରଭାବ କ’ଣ ରହିବା ଏବେଠାରୁ ସ୍ପଷ୍ଟ ଆକଳନ କରାଯାଇ ପାରିନାହିଁ। ତେବେ ଦଶହରା ପୂଜା ବଜାର ଲଘୁଚାପଜନିତ ବର୍ଷାରେ ଭିଜିବାର ଆଶଙ୍କା ରହିଛି।

Hot this week

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

Related Articles

Popular Categories