www.samajalive.in
Sunday, December 14, 2025
23.1 C
Bhubaneswar

ଆଜି ୩ ଜିଲାରେ ବର୍ଷା, ଉପକୂଳରେ କୁହୁଡି

ଭୁବନେଶ୍ବର: ବଙ୍ଗୋପସାଗରରୁ ଓଡ଼ିଶା ମଧ୍ୟକୁ ଉଷ୍ଣ ଜଳବାୟୁ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହୁଛି। ଫଳସ୍ବରୂପ ଶୀତ ପ୍ରକୋପ କମୁଛି। ମୁଖ୍ୟତଃ ଆଭ୍ୟନ୍ତରୀଣ ଓଡ଼ିଶାରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଥିବାବେଳେ ଉପକୂଳବର୍ତ୍ତୀ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୧ରୁ ୨ ଡିଗ୍ରୀ ଅଧିକ ରହିଛି।

ଆଜି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ, ଝାରସୁଗୁଡା ଏବଂ କେନ୍ଦୁଝର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି। ଉପକୂଳବର୍ତ୍ତୀ ଜିଲାଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ କୁହୁଡି ଦୃଶ୍ୟମାନ ହୋଇପାରେ। ୨୮ ତାରିଖରେ ବର୍ଷା ପରିମାଣ ବୃଦ୍ଧି ପାଇବ। ସୁନ୍ଦରଗଡ, ଝାରସୁଗୁଡା ଏବଂ କେନ୍ଦୁଝର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ମଧ୍ୟମ ଧରଣ ବର୍ଷା ହୋଇପାରେ। ବରଗଡ, ସମ୍ବଲପୁର, ଦେବଗଡ, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ ଏବଂ ବାଲେଶ୍ବର ଜିଲାର ଅଳ୍ପ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

- Advertisement -

ଗତକାଲି ୧୦ ଡିଗ୍ରୀ ଉପରେ ସମସ୍ତ ଅଞ୍ଚଳର ରାତି ତାପମାତ୍ରା ରହିଛି। ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ଦାରିଙ୍ଗବାଡିରେ ୧୦.୫ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ଫୁଲବାଣୀରେ ୧୨ ଡିଗ୍ରୀ, ଭୁବନେଶ୍ବରରେ ୧୭.୫ ଡିଗ୍ରୀ ଏବଂ କଟକରେ ୧୬.୮ ଡିଗ୍ରୀ ରହିଛି। ଆସନ୍ତାକାଲି ଭୁବନେଶ୍ବର ଏବଂ କଟକରେ ହାଲୁକାରୁ ମଧ୍ୟମ ଧରଣ କୁହୁଡି ଦୃଶ୍ୟମାନ ହୋଇପାରେ। ଉଭୟ ସହରରେ ପାଗ ଶୁଖିଲା ରହିବ।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories