www.samajalive.in
Sunday, December 14, 2025
23.1 C
Bhubaneswar

ଆଜିଠୁ ବଢିବ ଶୀତ

ଭୁବନେଶ୍ୱର: ପଶ୍ଚିମା ଝଡ଼ ପ୍ରଭାବରେ ଗତ ୪ଦିନ ହେଲା ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଥିଲା। ବର୍ଷା ଛାଡି ଯିବାରୁ ଆଜି ପାଗରେ ପରିବର୍ତ୍ତନ ଆସିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୩ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତଳକୁ ଖସିବ। ପାହାଡିଆ ଏବଂ ସମତଳ ଅଞ୍ଚଳରେ ଶୀତ ପ୍ରକୋପ ଲାଗି ରହିବ। ପରବର୍ତ୍ତୀ ସମୟରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବା ସମ୍ଭାବନା ନାହିଁ।

ପାଣିପାଗ କେନ୍ଦ୍ରର ଆକଳନ ୧୮ତାରିଖରୁ ତିନିଦିନ ଉତ୍ତର ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲା ଗୁଡିକରେ ଘନ କୁହୁଡି ଦୃଶ୍ୟମାନ ହେବ। କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଅନୁଗୋଳ, ମାଲକାନଗିରି, ରାୟଗଡା, ନୟାଗଡ, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦୁଝର ଏବଂ ଗଜପତି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏରୁ ଦୁଇଟି ସ୍ଥାନରେ କୁହୁଡି ଦୃଶ୍ୟମାନ ହୋଇପାରେ।

- Advertisement -

ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୧.୫ ଡିଗ୍ରୀ, ଭୁବନେଶ୍ବରରେ ୧୬.୪ ଡିଗ୍ରୀ ଏବଂ କଟକରେ ୧୫.୮ ଡିଗ୍ରୀ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ବାଲେଶ୍ବର, ଚାନ୍ଦବାଲି, ପାରାଦ୍ବୀପ, ଗୋପାଳପୁର, ପୁରୀ, ବାରିପଦା, ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ, ଭବାନୀପାଟଣା, କୋରାପୁଟ, ଫୁଲବାଣୀ, ଟିଟିଲାଗଡ, ସୋନପୁର, ଦାରିଙ୍ଗବାଡି, ବୌଦ୍ଧ ଏବଂ ଛତ୍ରପୁର ଅଞ୍ଚଳରେ ବର୍ଷା ହୋଇଛି।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories