୫ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମା ଝଡ ପ୍ରଭାବରେ ଶନିବାର କେନ୍ଦୁଝର ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇଛି। ଆସନ୍ତାକାଲି ମଧ୍ୟ କେନ୍ଦୁଝର, ସୁନ୍ଦରଗଡ, ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ରାଜ୍ୟରେ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଲାଣି। ଗତକାଲି ଟିଟିଲାଗଡ ଓ ଭବାନୀପାଟଣାରେ ଦିନର ତାପମାତ୍ରା ୩୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଅନ୍ୟାନ୍ୟ ସ୍ଥାନରେ ୩୦ ଡିଗ୍ରୀ ଉପରେ ରହିଥିଲା। ସର୍ବନିମ୍ନ ତାପମାତ୍ରା ଦାରିଙ୍ଗବାଡିରେ ୧୫ ଡିଗ୍ରୀ ରହିଛି। ପାଣିପାଗ କେନ୍ଦ୍ରର ଆକଳନ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

Comments are closed.