www.samajalive.in
Wednesday, December 10, 2025
26.1 C
Bhubaneswar

୩ ଦିନ ବର୍ଷା ସମ୍ଭାବନା, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଡେସ୍କ: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି, ବଜ୍ରପାତ ସହ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ଏକ ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଂଜ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, କଳାହାଣ୍ଡି ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି, ବଜ୍ରପାତ ସହ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା ଥିବାରୁ ଏହି ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୨୯ରୁ ୩୦ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କେନ୍ଦୁଝର ମୟୁରଭଂଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories