ଡେସ୍କ: ଆସନ୍ତା କଲି ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ୧୨ଟି ଜିଲ୍ଳାରେ କାଳବୈଶାଖୀ ସମ୍ଭାବନା ରହିଥିବା ସତର୍କ କରାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସେହି ସମୟ ମଧ୍ୟରେ ପଶ୍ଚିମ ଓଡ଼ିଶାର ୨ ଜିଲ୍ଲାରେ ପ୍ରବଳ ଗୀଷ୍ମ ପ୍ରବାହ ଜାରି ରହିବ ବୋଲି ମଧ୍ୟ ପୂର୍ବାନୁମାନ କରାଯାଇଛି। ସୂଚନା ଅନୁଯାୟୀ, ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, ଗଜପତି, ଗଂଜାମ, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି।
ଏଠି ସହ ବରଗଡ଼ ଓ ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ଗ୍ରାଷ୍ମ ଲହରୀ ପ୍ରବାହିତ ହେବା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଶିଶୁ, ବୃଦ୍ଧ ଏବଂ ଅସୁସ୍ଥ ଲୋକଙ୍କ ପ୍ରତି ବିଶେଷ ଦୃଷ୍ଟି ରଖିବା ସହ ଦିନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ପଦାକୁ ଖରାରେ ନବାହାରିବାକୁ ପରାମର୍ଶ ଦିଆଯାଇଛି।



