www.samajalive.in
Monday, December 15, 2025
27.1 C
Bhubaneswar

୬ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଅଧିକାଂଶ ଅଞ୍ଚଳରେ ଆକାଶ ମେଘାଚ୍ଛନ୍ନ ରହିଛି। ଗତକାଲି ଝାଡ଼ଖଣ୍ଡ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ତା’ର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୪.୫ କିମି ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଶନିବାର ଚାନ୍ଦବାଲି, ପାରାଦ୍ବୀପ, ପୁରୀ, କେନ୍ଦୁଝର, ମାଲକାନଗିରି, ଦାରିଙ୍ଗବାଡି ଏବଂ ରାୟଗଡାର ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣ ବର୍ଷା ହୋଇଛି। ପାଣିପାଗ କେନ୍ଦ୍ର ଆକଳନ ଅନୁଯାୟୀ, ଆଭ୍ୟନ୍ତରୀଣ ଓଡ଼ିଶାର ଅଳ୍ପ କେତେକ ସ୍ଥାନ ଏବଂ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

ବିଶେଷ କରି ବରଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ନୟାଗଡ, ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ ବଜ୍ରପାତକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ମୌସୁମୀ ଜନିତ ବର୍ଷା ଆହୁରି ସକ୍ରିୟ ହେବାର ସମ୍ଭାବନା ରହିଛି। ଜୁନ ୧୫ ରୁ ୨୫ ତାରିଖ ମଧ୍ୟରେ ରାଜ୍ୟରେ ୯୮.୩ ମିମି ବର୍ଷା ରେକର୍ଡ ହୋଇଛି।

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories