ଡେସ୍କ: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ସ୍ଥିତିରେ ରହିଛି। ଗତ ୨୪ ଘଂଟା ମଧ୍ୟରେ ୧.୧ ମିମି ବର୍ଷା ରେକର୍ଡ ହୋଇଛି ଯାହାକି ସ୍ୱାଭାବିକ ବର୍ଷା ୧୪ ମିମି ତୁଳନାରେ ୯୨% କମ୍ ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ତେବେ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି।
ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼଼, ଝାରସୁଗୁଡ଼ା, ବରଗଡ଼଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ସୋନପୁର ଓ ନୟାଗଡ଼଼ ପ୍ରଭୃତି ୧୮ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୮ଟି ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।



