www.samajalive.in
Saturday, December 6, 2025
14.1 C
Bhubaneswar

ପୁଣି ଥରେ ଲଘୁଚାପ ସମ୍ଭାବନା, ୧୩ ଜିଲ୍ଲାକୁ ସତର୍କତା ଜାରି

ଡେସ୍କ: ପଶ୍ଚିମ ମିଆଁମାର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଂଚଳରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଂଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଠାରୁ ବର୍ଷା ପରିମାଣ ବୃଦ୍ଧି ପାଇବ। ଆସନ୍ତା ୧୩ ଓ ୧୪ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ କହିଛି।

ପାଣିପାଗ ବିଭାଗ ପକ୍ଷରୁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଉଛି ସୁନ୍ଦରଗଡ଼, ଢେଙ୍କାନାଳ, ଅନୁଗୁଳ, ଯାଜପୁର, ଝାରସୁଗୁଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, କେନ୍ଦୁଝର, ଦେଓଗଡ଼, ସମ୍ବଲପୁର ଓ କେନ୍ଦ୍ରାପଡା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories