www.samajalive.in
Saturday, December 6, 2025
23.1 C
Bhubaneswar

କାଳବୈଶାଖୀ ସମ୍ଭାବନା, ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟର ୧୦ରୁ ଅଧିକ ଜିଲ୍ଲାରେ ଆଗାମୀ ୨୪ ଘଂଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି। ଏହା ଛଡା ୩୦ରୁ ୪୦କିମି ବେଗରେ ପବନ ବହିବା ନେଇ ଆଂଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବରୁ ସେହି ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ ଓ ଅନୁଗୁଳ।

ଏହା ବ୍ୟତୀତ ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ରେ କାଳବୈଶାଖୀ ସହ ବଜ୍ରପାତ ଆଶଙ୍କା ରହିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଆସନ୍ତା ଦୁଇ ଦିନ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ନୟାଗଡ଼, ଖୋର୍ଧା, ଗଞ୍ଜାମ, ସୁବର୍ଣ୍ଣପୁର, ସମ୍ବଲପୁର, ଦେଓଗଡ଼, ସୁନ୍ଦରଗଡ଼ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ଗଜପତି, ବଲାଙ୍ଗୀର, ନୂଆପଡ଼ା, ଝାର୍ରସୁଗୁଡ଼ା, ବୌଦ୍ଧ ଆଦି ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ସୂଚନା ମିଳିଛି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories