www.samajalive.in
Sunday, December 14, 2025
26.1 C
Bhubaneswar

୧୧ ଜିଲ୍ଲାକୁ ୟେଲୋ ଓ ୨ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି

ଡେସ୍କ: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ବ୍ୟାପ୍ତି ବାୟୁମଣ୍ଡଳର ୫.୮କିମି ଉଚ୍ଚତା ଯାଏଁ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ଅଂଚଳରେ ବର୍ଷା ଲାଗିରହିଛି। ରାଜଧାନୀରେ ମଧ୍ୟ ଝିପିଝିପି ବର୍ଷା ଜାରି ରହିଛି। ଅଗଷ୍ଟ ୨୪ ତାରିଖ ଠାରୁ ୨୬ ତାରିଖ ପର୍ଯ୍ୟନ୍ତ ଉତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଅପରପକ୍ଷରେ ପାଣିପାଗ ସ୍ଥିତି ନେଇ ସ୍ୱତନ୍ତ୍ର ରିଲିଫ କମିସନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ସୂଚନା ଜାରି କରାଯାଇଛି।

ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ମୟୂରଭଂଜ ଓ ସୁନ୍ଦରଗଡ଼଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସମୟ ମଧ୍ୟରେ ସମ୍ବଲପୁର, ଦେବଗଡ଼଼, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାଗୁଡ଼ିକରେ ୭ରୁ ୧୧ସେମି ବର୍ଷା ହୋଇପାରେ। ଏଥିପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories