www.samajalive.in
Sunday, December 14, 2025
26.1 C
Bhubaneswar

ବଜ୍ରପାତ ପାଇଁ ସତର୍କ ସୂଚନା, ୬ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଶନିବାର ବଜ୍ରପାତ ସହିତ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି। ରାଜ୍ୟର ମୋଟ ୮ ଜଳଭଣ୍ଡାର ମଧ୍ୟରୁ ସାଳନ୍ଦି ଓ ରେଙ୍ଗାଲିକୁ ଛାଡି ଦେଲେ ବାକି ୬ଟି ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରିର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ରାଜ୍ୟର ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗୁପୁର, ରାୟଗଡା, କୋରାପୁଟ, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଏବଂ ଗଜପତି ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡିର ସମ୍ଭାବନା ରହିଛି। ସତର୍କ ରହିବା ନିମନ୍ତେ ସ୍ବତନ୍ତ୍ର ରିଲିଫ ଆୟୁକ୍ତ(ଏସଆରସି) ପ୍ରଦୀପ କୁମାର ଜେନା ସମସ୍ତ ଜିଲାପାଳଙ୍କୁ ପରାମର୍ଶ ଦେଇଛନ୍ତି।

Hot this week

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

Related Articles

Popular Categories