www.samajalive.in
Monday, December 15, 2025
15.1 C
Bhubaneswar

୨୧ରେ ଦକ୍ଷିଣ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହୋଇପାରେ। ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ୨ ଦିନ ଯାଏଁ ତାମିଲନାଡୁ-ପୁଡୁଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳମୁହାଁ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୧ ତାରିଖ ବେଳକୁ ରାଜ୍ୟର ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ଶୀତ ପ୍ରକୋପ ସାମାନ୍ୟ କମିଛି। ଅଧିକାଂଶ ଅଞ୍ଚଳରେ ରାତି ତାପମାତ୍ରା ବଢିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଜି.ଉଦୟଗିରିରେ ୮.୪ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି। ଫୁଲବାଣୀ ଓ ଦାରିଙ୍ଗବାଡିରେ ୧୦.୫ଡିଗ୍ରୀ, କୋରାପୁଟ ୧୦.୬ଡିଗ୍ରୀ, ଝାରସୁଗୁଡା ୧୨.୮ଡିଗ୍ରୀ, କେନ୍ଦୁଝର ୧୨.୬ଡିଗ୍ରୀ, ଭବାନୀପାଟଣା, ସୁନ୍ଦରଗଡ ୧୩ଡିଗ୍ରୀ, ଭୁବନେଶ୍ବର ୧୬.୮ଡିଗ୍ରୀ ଏବଂ କଟକରେ ପାରଦ ୧୫.୪ ଡିଗ୍ରୀ ରହିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୩ରୁ ୪ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବା ସମ୍ଭାବନା ନାହିଁ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories