୧୮ରୁ ବଢ଼ିବ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଡେସ୍କ: ଆସନ୍ତା୧୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତୀ ସମୁଦ୍ର ମଧ୍ୟରେ ଉତର ଓଡ଼ିଶା- ପଶ୍ଚିମବଙ୍ଗ ଉପକୂଳ ଅଂଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୧୮ ତାରିଖରୁ ବର୍ଷା ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଂଚଳିକ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ମୟୂରଭଂଜ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼଼, କେନ୍ଦୁଝର,ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଆଦିି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.