ଡେସ୍କ: ଗତକାଲି ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଆଜି ସକାଳ ୮ଟା ୩୦ ସମୟରେ ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଂଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ବ୍ୟାପିଛି। ଆସନ୍ତା ୨୨ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ପରବର୍ତୀ ୪୮ଘଂଟା ମଧ୍ୟରେ ବାତ୍ୟା ସମ୍ଭାବନା ରହିଥିବା ଭୁବନେଶ୍ୱର ପାଣିପାଗ କାର୍ଯ୍ୟାଳୟ ଟ୍ୱିଟ କରିଛି।
ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଂଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତୀ ୪୮ ଘଂଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଗୋଟିଏ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି।



