୩ ଦିନ ବଜ୍ରପାତ ସତର୍କତା

ଭୁବନେଶ୍ବର: ଦୁର୍ବଳ ମୌସୁମୀ ପ୍ରଭାବରେ ରାଜ୍ୟରେ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଛି। ଆଜି ଉପକୂଳ ଓଡ଼ିଶା ସମେତ ପାର୍ଶ୍ବବର୍ତ୍ତୀ ଜିଲାଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ତିନିଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଆଜି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଏବଂ କଳାହାଣ୍ଡି ଜିଲାର କିଛି ଅଞ୍ଚଳରେ ବଜ୍ରପାତ ସହ ବର୍ଷା ହୋଇପାରେ। ସେହି ଜିଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.