www.samajalive.in
Monday, December 15, 2025
26.1 C
Bhubaneswar

ଅତି ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ୩ ଜିଲ୍ଲାକୁ ରେଡ୍‌‌ ୱାର୍ଣ୍ଣିଂ

ଡେସ୍କ: ଆସନ୍ତାକାଲି (ମାର୍ଚ୍ଚ ୧୬, ରବିବାର) ଅତି ପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି ଜିଲ୍ଲାକୁ ରେଡ୍‌‌ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୁନ୍ଦରଗଡ଼, ଅନୁଗୁଳ, ବୌଦ୍ଧ ଓ ସୋନପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଆଇସୋଲେଟେଡ୍‌‌ ହିଟ୍‌‌ ୱେଭ ନେଇ ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, ଢ଼େଙ୍କାନାଳ, ଗଜପତି, ବଲାଙ୍ଗିର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼଼, ଗଞ୍ଜାମ ଓ ଗଜପତିରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ ବୋଲି ଅନୁମାନ କରାଯାଇଛି। ବଲାଙ୍ଗିରରେ ଗରମ ରାତି ଅନୁଭୂତ ହେବ।

୧୭ ତାରିଖ ଆଇସୋଲେଟେଡ୍‌‌ ହିଟ୍‌‌ ୱେଭ ନେଇ ବୌଦ୍ଧ, ସୋନପୁର, ବଲାଙ୍ଗିର ଏବଂ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୧୮ ତାରିଖ ଆଇସୋଲେଟେଡ୍‌‌ ହିଟ୍‌‌ ୱେଭ ନେଇ ୬ ଜିଲ୍ଲା ବରଗଡ଼଼, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୧୯ ତାରିଖ ସକାଳ ୮ଟା ୩୦ରୁ ୨୦ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories