www.samajalive.in
Tuesday, December 9, 2025
26.1 C
Bhubaneswar

୯ ସୁଦ୍ଧା ଓଡ଼ିଶାରେ ମୌସୁମୀ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୯ ତାରିଖରେ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳ ଛୁଇଁପାରେ। ଏଥିପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ସମ୍ଭାବ୍ୟ ଲଘୁଚାପ ୧୧ରେ ସୃଷ୍ଟି ହେବାକୁ ଥିବାରୁ ଏହା ପୂରା ଓଡ଼ିଶାକୁ ମୌସୁମି ବାୟୁ ପହଞ୍ଚାଇବା ପ୍ରକ୍ରିୟାକୁ ଅଧିକ ସକ୍ରିୟ କରାଇବ। ଏଭଳି ଆକଳନ କରିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ଉମାଶଙ୍କର ଦାସ।

ସେ କହିଛନ୍ତି ଯେ, ମଙ୍ଗଳବାର ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲା ଗୁଡିକୁ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆନ୍ଧ୍ର ପ୍ରଦେଶର କେତେକ ଅଞ୍ଚଳରେ ମୌସୁମୀ ବାୟୁ ସ୍ପର୍ଶ କରି ସାରିଲାଣି। ଦୁଇଦିନ ମଧ୍ୟରେ ଆନ୍ଧ୍ର ପ୍ରଦେଶର ଉପକୂଳବର୍ତ୍ତୀ ଅଞ୍ଚଳରେ ମୌସୁମି ଛୁଇଁବାର ସମ୍ଭାବନା ରହୁଛି। ଯଦି ମୌସୁମି ଆନ୍ଧ୍ର ପ୍ରଦେଶ ଉପକୂଳ ଛୁଇଁଲା ତେବେ ବର୍ଷା ଦ୍ୱାରା ଓଡ଼ିଶାର ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଆଦି ଜିଲାର କେତେକ ଅଞ୍ଚଳରେ ସ୍ପର୍ଶ କରିପାରେ।

- Advertisement -

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୮ରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ୯ରେ ଉତ୍ତର ଓଡ଼ିଶାର ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡା ଏବଂ ଜଗତସିଂହପୁର ଏବଂ ୧୦ରେ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡା, କଟକ, ଯାଜପୁର ଏବଂ ଜଗତସିଂହପୁରରେ ପ୍ରବଳ ବର୍ଷିବ। ୧୧ରୁ ସମ୍ଭାବ୍ୟ ଲଘୁଚାପଜନିତ ବର୍ଷା ଆରମ୍ଭ ହୋଇ ୧୪ ପର୍ଯ୍ୟନ୍ତ ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ବାଲେଶ୍ୱର, ଚାନ୍ଦବାଲି, ଭୁବନେଶ୍ୱର, ବାରିପଦା ଏବଂ ନୟାଗଡ ଜିଲାର କେତେକ ସ୍ଥାନରେ ବର୍ଷା ହୋଇଥିବା ନେଇ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

୫ ବର୍ଷରେ ଗଲାଣି ୫୧୮ ଦାଦନଙ୍କ ଜୀବନ

ସମାଜଲାଇଭ ଡେସ୍କ: ରାଜ୍ୟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

Related Articles

Popular Categories