www.samajalive.in
Monday, December 8, 2025
27.1 C
Bhubaneswar

୬ ଜିଲାରେ ପ୍ରବଳ ବର୍ଷା, ୧୨ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ସମୁଦ୍ର ପତ୍ତନରୁ ବାୟୁମଣ୍ଡଳ ୧.୫ କିମି ଉଚ୍ଚରେ ମୌସୁମୀ ନିମ୍ନ ଚାପରେଖା ଲମ୍ବିଛି। ଏଥିସହିତ ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ରପ୍ରଦେଶ ମଧ୍ୟରେ ବାୟୁମଣ୍ଡଳର ୭.୬ କିମି ଉଚ୍ଚରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ସେହିପରି ଆଗାମୀ ୨୪ ଘଣ୍ଟାରେ ୬ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅାଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାର କିଛି ଅଞ୍ଚଳରେ ବର୍ଷା ହୋଇପାରେ। ଗଞ୍ଜାମ, ଗଜପତି, କୋରାପୁଟ, କଳାହାଣ୍ଡି, ମାଲକାନଗିରି ଏବଂ କନ୍ଧମାଳ ଜିଲାର କେତେକ ଅଞ୍ଚଳରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ନବରଙ୍ଗପୁର, ବଲାଙ୍ଗୀର, ରାୟଗଡା, ନୟାଗଡ, ସୁବର୍ଣ୍ଣପୁର ଏବଂ ବୌଦ୍ଧ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ସତର୍କ ସୂଚନା ଦିଆଯାଇଛି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories