www.samajalive.in
Tuesday, December 9, 2025
26.1 C
Bhubaneswar

ଆସନ୍ତା ୫ ଦିନ ପ୍ରବଳ ବର୍ଷା, ୨୨ ଜିଲ୍ଲାକୁ ସତର୍କତା ଜାରି

ଡେସ୍କ: ରାଜ୍ୟରେ ମୌସୁମୀ ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଯାହାକୁ ଦୃଷ୍ଟିରେ ରଖି ଆଗାମୀ ୨୪ ଘଂଟା ପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ସୋନପୁର, ବୌଦ୍ଧ, ବରଗଡ଼଼, ସମ୍ବଲପୁର, ଦେବଗଡ଼଼, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର। ତେବେ ତନ୍ମଧ୍ୟରୁ ୧୦ ଜିଲ୍ଲା ବରଗଡ଼, ସମ୍ବଲପୁର, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା, ଢ଼େଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲ୍ଲାକୁ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଚେତାବନୀ ଜାରି ହୋଇଛି। ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୧୨ରୁ ୨୦ ସେ.ମି. ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଅନ୍ୟ ୧୨ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ।

ସେହିପରି ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ୨୬ ଜିଲ୍ଲା ଏବଂ ୨୭ ତାରିଖରେ ୭ ଜିଲ୍ଲା, ୨୮ ତାରିଖରେ ୫ ଜିଲ୍ଲା ଏବଂ ୨୯ ତାରିଖରେ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ମିଳିଛି।

Hot this week

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

Related Articles

Popular Categories