ଡେସ୍କ: ରାଜ୍ୟରେ ଆସନ୍ତା ୫ ତାରିଖରୁ ବର୍ଷା ପରିମାଣ ବଢ଼ିବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୂଚନା ଅନୁଯାୟୀ, ୩ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୫ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।
ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼଼ା, ଗଜପତି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ କେନ୍ଦୁଝର ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ସେହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।



