www.samajalive.in
Sunday, December 7, 2025
23.1 C
Bhubaneswar

୧୨ଟି ଜିଲ୍ଲାକୁ ସତର୍କତା, କୋହଲା ପବନ ସହ ହେବ ବଜ୍ରପାତ

ଡେସ୍କ: ରାଜ୍ୟର ୧୨ଟି ଜିଲ୍ଲାକୁ ଆସନ୍ତା ୨୪ ଘଣ୍ଟା ପାଇଁ ପାଣିପାଗ ବିଭାଗ ସତର୍କତା ଜାରି କରିଛି । ସେହି ସବୁ ଜିଲ୍ଲାର ଅଧିକାଂଶ ସ୍ଥାନରେ କୋହଲା ପବନ ବହିବା ସହ ବଜ୍ରପାତ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୨ଟି ଜିଲ୍ଲା ହେଉଛି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, ଗଜପତି, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଏବଂ ମୟୂରଭଞ୍ଜ।

ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାର ଚନ୍ଦନପୁରରେ ସର୍ବାଧିକ ୮୦.୪ ମିଲିମିଟର ବର୍ଷା ରେକର୍ଡ଼ କରାଯାଇଛି। ସେହିପରି ଜଗତସିଂହପୁର ଜିଲ୍ଲାର ପାରାଦୀପରେ ୪୩.୨, ବାଲେଶ୍ୱର ଜିଲ୍ଲାର ସୋରୋରେ ୪୩, କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକାରେ ଓ ମୟୂରଭଞ୍ଜ ଜିଲ୍ଲାର ସାରସକଣାରେ ୪୨, ଯାମଶୋଳା ଘାଟରେ ୪୦.୪, କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ୪୦, ଭଦ୍ରକ ଜିଲ୍ଲାର ଚାନ୍ଦବାଲିରେ ୩୭, କୋରାପୁଟ ଜିଲ୍ଲାର ଜୟପୁରରେ ୩୬.୨ ଏବଂ ବାଲେଶ୍ୱର ଜିଲ୍ଲାର ଔପଦାରେ ୨୭ ମିଲିମିଟର ବର୍ଷା ରେକର୍ଡ଼ ହୋଇଛି।

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories