www.samajalive.in
Thursday, December 11, 2025
15.1 C
Bhubaneswar

୨୪ ଘଣ୍ଟା ପର୍ଯ୍ୟନ୍ତ ୧୩ ଜିଲ୍ଲାକୁ ସତର୍କତା ଜାରି, ହୋଇପାରେ ବଜ୍ରପାତ

ଡେସ୍କ: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାୟୀ, ରାଜ୍ୟର ଅଧିକାଂଶ ଅଂଚଳରେ ତିନି ଦିନ ପର୍ଯ୍ୟନ୍ତ ବର୍ଷା ଓ କୋହଲା ପାଗ ଅନୁଭୂତ ହେବ ଓ କେତେକ ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଉଛି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢ଼େଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼଼ ଓ ଝାରସୁଗୁଡ଼ା। ଏସବୁ ସ୍ଥାନରେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କି.ମି. ରହିବାର ସମ୍ଭାବନା ରହିଛି। ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଉଛି ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡା, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ଦେବଗଡ଼ ଓ ସମ୍ବଲପୁର। ଏସବୁ ସ୍ଥାନରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ। ତେବେ ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories