www.samajalive.in
Sunday, December 7, 2025
23.1 C
Bhubaneswar

୩ ହଜାର ଡାକ୍ତରଙ୍କୁ ମିଳିବ ନିଯୁକ୍ତି, ୨୦୩୦ ସୁଦ୍ଧା ମ୍ୟାଲେରିଆମୁକ୍ତ ହେବ ଓଡ଼ିଶା; ସ୍ଵାସ୍ଥ୍ୟକେନ୍ଦ୍ର ହେବ ‘ଆରୋଗ୍ୟ ମନ୍ଦିର’

ସମାଜ ଡିଜିଟାଲ ଡେସ୍କ: ରାଜ୍ୟବାସୀଙ୍କୁ ସୁଲଭ ସ୍ଵାସ୍ଥ୍ୟ ସେବା ଯୋଗାଇ ଦିଆଯିବ। ଏହା ମୋ ସରକାରର ଲକ୍ଷ୍ୟ। ଏଥିପାଇଁ ଆଗାମୀ ଦିନରେ ରାଜ୍ୟରେ ୩ ହଜାର ନୂଆ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ ବୋଲି ରାଜ୍ୟପାଳ ରଘୁବର ଦାସ ସୋମବାର ବିଧାନସଭାରେ ଅଭିଭାଷଣ ଦେବା ଅବସରରେ କହିଛନ୍ତି। ୨୦୩୦ ସୁଦ୍ଧା ରାଜ୍ୟକୁ ମ୍ୟାଲେରିଆମୁକ୍ତ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଥିବା ରାଜ୍ୟପାଳ ଅଭିଭାଷଣରେ କହିଛନ୍ତି। ସେହିପରି ଜିଲା ଡାକ୍ତରଖାନାଗୁଡ଼ିକରେ ପ୍ରସୂତୀ, ଶିଶୁ ରୋଗ ବିଶେଷଜ୍ଞ ନିଶ୍ଚିତ ରୂପେ ରହିବେ। ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରାଯିବ। ଉପକେନ୍ଦ୍ର ଏବଂ ପ୍ରାଥମିକ ସ୍ଵାସ୍ଥ୍ୟକେନ୍ଦ୍ର ନାଁ ‘ଆରୋଗ୍ୟ ମନ୍ଦିର’ କରାଯିବ। ପ୍ରତି ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଗୋଟିଏ ଭ୍ରାମ୍ୟମାଣ ୟୁନିଟ ରହିବ ବୋଲି କୁହାଯାଇଛି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories