www.samajalive.in
Wednesday, December 10, 2025
23.1 C
Bhubaneswar

ରାଜ୍ୟରେ ବଢ଼ିଲା ଶୀତ, ୩ ଦିନ ଯାଏ ହେବ କୁହୁଡି

ଭୁବନେଶ୍ୱର: ପୁଣି ଜାଡ଼ରେ ଥରିଲା ଓଡ଼ିଶା। ରାଜ୍ୟର କେତେକାଂଶ ସ୍ଥାନରେ ଗତକାଲି ଅଧିକ ଶୀତ ଅନୁଭୂତ ହୋଇଛି । ରାତିର ତାପମାତ୍ରା ହ୍ରାସ ପାଇଥିବାରୁ ବଢ଼ିଛି ଶୀତ । ରାଜ୍ୟର କିଛି ସ୍ଥାନରେ ରାତିର ତାପମାତ୍ରା ୧ରୁ ୨ଡିଗ୍ରୀ ହ୍ରାସ ପାଇଛି । ଆଗାମୀ ୨ଦିନ ମଧ୍ୟରେ ଆହୁରୀ ପାରଦ ଖସିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏଥି ସହ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ ବୋଲି କହିଛି ପାଣିପାଗ କେନ୍ଦ୍ର । ଗତ ୨୪ ଘଣ୍ଟାରେ କେନ୍ଦୁଝରରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଦାରିଙ୍ଗବାଡ଼ିରେ ତାପମାତ୍ରା ୧୦.୫ ଡିଗ୍ରୀ ରହିଛି । ଆଗାମୀ ୩ ଦିନ ଯାଏ ରାଜ୍ୟରେ କୁହୁଡି ଦେଖାଦେବ ଏବଂ ପାଗଶୁଖିଲା ରହିବ ବୋଲି ପାଣିପାଗ ବିଭାଗ କହିଛି ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories