www.samajalive.in
Monday, December 8, 2025
27.1 C
Bhubaneswar

ସାମ୍ବାଦିକଙ୍କ ସ୍ବାସ୍ଥ୍ୟ ବୀମା ୫ଲକ୍ଷକୁ ବୃଦ୍ଧି, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ସାମ୍ବାଦିକଙ୍କ ପାଇଁ ବଡ଼ ଘୋଷଣା। ସାମ୍ବାଦିକଙ୍କୁ ରାଜ୍ୟ ସରକାରଙ୍କ ବଡ଼ ଉପହାର। କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ଉଦ୍ଧିଷ୍ଟ ସ୍ବାସ୍ଥ୍ୟ ବୀମା ରାଶି ବୃଦ୍ଧି କରାଯାଇଛି। ସାମ୍ବାଦିକଙ୍କ ପାଇଁ ଉଦ୍ଧିଷ୍ଟ ଥିବା ଗୋପବନ୍ଧୁ ସ୍ବାସ୍ଥାବୀମା ରାଶି ୨ ଲକ୍ଷରୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି ହୋଇଛି। କାର୍ଯ୍ୟରତ ସାମ୍ବାଦିକମାନେ ଗୋପବନ୍ଧୁ ସ୍ବାସ୍ଥ୍ୟ ବୀମା ଯୋଜନାରେ ଏହି ସୁବିଧା ପାଇପାରିବେ।

ଗୋପବନ୍ଧୁ ସ୍ବାସ୍ଥାବୀମା ରାଶି ୨ ଲକ୍ଷରୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଗୋପବନ୍ଧୁ ସ୍ବାସ୍ଥାବୀମା ରାଶି ୨ ଲକ୍ଷରୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି ହେବା ଦ୍ବାରା ରାଜ୍ୟରେ କାର୍ଯ୍ୟରତ ୮୭୧୭ ସାମ୍ବାଦିକ ଓ ସେମାନଙ୍କ ପରିବାର ଉପକୃତ ହେବେ ବୋଲି ସୂଚନା ଦିଆଯାଇଛି।

- Advertisement -

କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା ବିଷୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକାର ପାଇବେ।

ସୂଚନାଯୋଗ୍ୟ ଯେ, ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିଲା । ବର୍ତ୍ତମାନ ଏହା ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇ ପାରିବେ।

Hot this week

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

Related Articles

Popular Categories