www.samajalive.in
Saturday, December 6, 2025
23.1 C
Bhubaneswar

ସାମ୍ବାଦିକ କଲ୍ୟାଣ ଯୋଜନା ୱେବ ପୋର୍ଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କର୍ମଜୀବୀ ସାମ୍ବାଦିକ କଲ୍ୟାଣ ଯୋଜନା ୱେବ ପୋର୍ଟାଲ ଲୋକାର୍ପିତ ହୋଇଯାଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏହାକୁ ଲୋକାର୍ପଣ କରିଛନ୍ତି। ସାମ୍ବାଦିକମାନଙ୍କୁ ଏଣିକି ସ୍ବାସ୍ଥ୍ୟ ବୀମା ତଥା ଅନ୍ୟାନ୍ୟ ସହାୟତା ପାଇଁ ଆଉ ଜିଲା କିମ୍ବା ରାଜ୍ୟ ମୁଖ୍ୟାଳୟକୁ ଯିବାକୁ ପଡ଼ିବନାହିଁ। ମାତ୍ର ଗୋଟିଏ କ୍ଲିକ୍‌ରେ ପାଇପାରିବେ ସମସ୍ତ ସୁବିଧା।

ପୋର୍ଟାଲର ଲୋକାର୍ପଣ କରି ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି ଏବଂ କହିଛନ୍ତି, ୫ଟି ନୀତି ଉପରେ ଗୁରୁତ୍ୱ ଦେଇ ଏହି ପୋର୍ଟାଲ ଆରମ୍ଭ କରାଯାଇଛି। ଏହାଦ୍ବାରା ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ କାମ କରୁଥିବା ଓଡ଼ିଆ ସାମ୍ବାଦିକମାନେ ଅନଲାଇନରେ ବୀମା ଓ ଅନ୍ୟ ସୁବିଧା ପାଇପାରିବେ। ରାଜ୍ୟ ସରକାର ସାମ୍ବାଦିକମାନଙ୍କ ପାଇଁ ଗୋପବନ୍ଧୁ କର୍ମଜୀବୀ ସମ୍ବାଦିକ ସ୍ବାସ୍ଥ୍ୟବୀମା ଯୋଜନା କରିଛନ୍ତି। ଏହାଦ୍ବାରା ଚିକିତ୍ସା ପାଇଁ ସାମ୍ବାଦିକ ଓ ତାଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଦିଆଯାଉଛି। ମୃତ୍ୟୁ ହେଲେ ୪ଲକ୍ଷ ଟଙ୍କା ସହାୟତା ରାଶି ଯୋଗାଇ ଦିଆଯାଉଛି। ସାମ୍ବାଦିକତା ଏକ ବୃତ୍ତି ନୁହେଁ ଏକ ମିଶନ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories