www.samajalive.in
Saturday, December 6, 2025
15.1 C
Bhubaneswar

ଘରପାଖରେ ଲୋକଙ୍କୁ ସେବା ଯୋଗାଇବା ପାଇଁ ଯୁଗାନ୍ତକାରୀ ପଦକ୍ଷେପ; ସେବା ଓ ସମ୍ମାନ ସରକାରଙ୍କର ମୂଳମନ୍ତ୍ର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ହେଉଛି ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ଦିବସ। ଆଜିର ଦିନକୁ ରାଜ୍ୟ, ପଞ୍ଚାୟତିରାଜ ଓ ଲୋକ ସେବା ଦିବସ ଭାବରେ ପାଳନ କରାଯାଉଛି। ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦୦ରୁ ଅଧିକ ‘ମୋ ସେବା କେନ୍ଦ୍ର’ ଓ ‘ଓଡ଼ିଶା ୱାଟ୍‌ ପୋର୍ଟାଲ୍‌’ ଲୋକାର୍ପିତ କରିଛନ୍ତି। ୫-ଟି ଉପକ୍ରମ ଅନୁଯାୟୀ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି।

- Advertisement -

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ସେବା ଓ ସମ୍ମାନ ହେଉଛି ତାଙ୍କ ସରକାରର ମୁଳମନ୍ତ୍ର। ଗଣତନ୍ତ୍ରରେ ଲୋକ ହେଉଛନ୍ତି ମାଲିକ। ଲୋକଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବା ସହିତ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ଏହି ଲକ୍ଷ୍ୟ ନେଇ ଆମର ‘୫-ଟି ଇନିସିଏଟିଭ୍‌ ଓ ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସାଧାରଣ ଲୋକ ଯେପରି ସୁବିଧାରେ ଓ ସହଜରେ ବିଭିନ୍ନ ସରକାରୀ ସେବା ପାଇପାରିବେ ତା ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି। ଟେକ୍ନୋଲୋଜିର ଉପଯୋଗ ସମ୍ପର୍କରେ ବିଜୁବାବୁଙ୍କ ଚିନ୍ତାଧାର ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ବିଜୁବାବୁ ଚାହୁଁଥିଲେ ଟେକ୍ନୋଲୋଜିର ସୁବିଧା ଗାଁ ଗାଁ ରେ ପହଞ୍ଚୁ। ବିଜ୍ଞାନର ସୁଫଳ ସାଧାରଣ ଲୋକର ସେବାରେ ଉପଯୋଗ ହେଉ। ତାର ଜୀବନଧାରଣ ମାନରେ ଉନ୍ନତି ଆସୁ। ମୋ ସେବାକେନ୍ଦ୍ର ଏ ଦିଗରେ ଏକ ବଳିଷ୍ଠ ପଦକ୍ଷେପ ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଥିଲେ। ଏହି କେନ୍ଦ୍ର ଦ୍ବାରା ସାଧାରଣ ଲୋକ ନିଜ ଘର ପାଖରେ ବିଭିନ୍ନ ପ୍ରକାରର ସରକାରୀ ସୁବିଧା ପାଇପାରିବେ। ଏଥିପାଇଁ ସେମାନଙ୍କୁ ଆଉବାରମ୍ବାର ଅଫିସ ଯିବାର ଆବଶ୍ୟକତା ରହିବ ନାହିଁ।


ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଦିନରେ ରାଜ୍ୟର ସବୁ ପଞ୍ଚାୟତରେ ଗୋଟିଏ ଗୋଟିଏ ମୋ ସେବା କେନ୍ଦ୍ର ଖୋଲାଯିବ। ଏହାଦ୍ବାରା ୮୦୦୦ ଯୁବକ ଯୁବତୀ ଆତ୍ମ ନିଯୁକ୍ତିର ସୁଯୋଗ ପାଇବେ। ସେହିପରି ସହରବାସୀ ତଥା କମ୍ପୁଟର ଜାଣିଥିବା ଲୋକମାନଙ୍କ ପାଇଁ ଓଡ଼ିଶାୱାନ୍‌ ପୋର୍ଟାଲ୍ ସେବା ଯୋଗାଇବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଦୁଇ କାର୍ଯ୍ୟକ୍ରମ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ତଥା ସେବାର ଗୁଣାତ୍ମକ ମାନ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଥିଲେ।
ସୂଚନାଯୋଗ୍ୟ ଯେ ଅଗଷ୍ଟ ୨୦୧୯ଦିନ ୫-ଟି ଉପକ୍ରମର ଶୁଭାରମ୍ଭ ଉଦ୍‌ଘାଟନ ସମୟରେ ମୁଖ୍ୟମନ୍ତ୍ରୀ ସରକାରୀ ଅଫିସକୁ ବିଭିନ୍ନ ସେବା ପାଇବାପାଇଁ ଲୋକଙ୍କୁ ବାରମ୍ବାର ଯିବାରୁ ମୁକ୍ତିଦେବାରେ ୫-ଟି ଉପକ୍ରମ ଏକ ଯୁଗାନ୍ତକାରୀ ପଦକ୍ଷେପ ହେବ ବୋଲି କହିଥିଲେ।

ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କ୍ରୀଡା ଓ ଯୁବସେବା ଏବଂ ଇଲେକ୍‌ଟ୍ରୋନିକ୍‌ ଆଣ୍ଡ୍‌ ଟେକ୍ନୋଲୋଜି ମନ୍ତ୍ରୀ ତୁଷାରକାନ୍ତି ବେହେରା ଏହାକୁ ମୁଖ୍ୟମନ୍ତ୍ରୀ ଙ୍କର ଏକ ଐତିହାସିକ ପଦକ୍ଷେପ ଭାବରେ ବର୍ଣ୍ଣନା କରିଥିଲେ ଏବଂ ଏହାଦ୍ବାରା ସମାଜର ସବୁ ବର୍ଗର ଲୋକ ଉପକାର ପାଇବେ ବୋଲି ମତ ଦେଇଥିଲେ। ମୋ ସେବାକେନ୍ଦ୍ରର ସୁବିଧା ନେଇଥିବା କୋଣାର୍କ, ହିଞ୍ଜିଳି, ଅତାବିରା, ନବରଙ୍ଗପୁର, ଭଦ୍ରକ ଓ ଗଜପତିର ହିତାଧିକାରୀମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ମତବିନିମୟ କରିଥିଲେ। ସେମାନେ ରାଜ୍ୟ ସରକାରଙ୍କ ଏହି କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତୀଙ୍କ ସଚିବ (୫-ଟି) ଭି.କେ.ପାଣ୍ଡିଆନ୍‌ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।
ଇଲେକ୍‌ଟ୍ରୋନିକ୍ସ ଆଣ୍ଡ ଆଇଟି ବିଭାଗର ସଚିବ ମନୋଜ ମିଶ୍ର କାର୍ଯ୍ୟକ୍ରମ ସଂପର୍କରେ ପ୍ରାରମ୍ଭିକ ସୂଚନା ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସ୍ଥାନରେ ସ୍ଥାନୀୟ ସାଂସଦ ଓ ବିଧାୟକମାନଙ୍କ ସମେତ ବିଭାଗୀୟ ଉପଦେଷ୍ଟା ଅନୁଭବ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories