www.samajalive.in
Monday, December 8, 2025
14.1 C
Bhubaneswar

ପ୍ରାକ-ବଜେଟ୍ ବୈଠକରେ ଦ୍ୱିତୀୟ ଏମ୍ସ ଓ ୫ ଲକ୍ଷ ଗୃହ ଦାବି କଲା ଓଡ଼ିଶା

ଡେସ୍କ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ ଯୋଗ ଦେଇଛନ୍ତି। ରାଜ୍ୟର ବିଭିନ୍ନ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ଦାବି ସମ୍ବଳିତ ସ୍ମାରକପତ୍ର କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ନିକଟରେ ଦାଖଲ କରାଯାଇଛି। ଏହି ପରାମର୍ଶ ବୈଠକରେ ଶ୍ରୀ ସିଂହଦେଓ ମଧ୍ୟ ବକ୍ତବ୍ୟ ମାଧ୍ୟମରେ ଦାବି ଉପସ୍ଥାପନ କରିଥିଲେ।

ପ୍ରମୁଖ ଦାବି ମଧ୍ୟରେ ଓଡିଶାରେ ଅନ୍ତର୍ଜାତୀୟ ନିବେଶ ସହ ସେମିକଣ୍ଡକ୍ଟର ଶିଳ୍ପକୁ ଆକର୍ଷିତ କରିବା ନିମନ୍ତେ ରାଜ୍ୟକୁ ଏକ ନିବେଶ କେନ୍ଦ୍ର ଭାବରେ ଉପଯୁକ୍ତ ପ୍ରୋତ୍ସାହନ ଦେବା ପାଇଁ ପ୍ରସ୍ତାବ ଦିଆଯାଇଛି। ଭିତ୍ତିଭୂମି ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ପୁଞ୍ଜି ନିବେଶ ନିମନ୍ତେ ସ୍ୱତନ୍ତ୍ର ସହାୟତା ଯୋଜନା ଅଧୀନରେ ରାଜ୍ୟକୁ ଅଧିକ ଆବଣ୍ଟନ ପାଇଁ ଶ୍ରୀ ସିଂଦେଓ ଦାବି କରିଛନ୍ତି। ଅନ୍ୟ ଦାବି ମଧ୍ୟରେ ସମ୍ବଲପୁର ଠାରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ପାଇଁ କେନ୍ଦ୍ର ବଜେଟରେ ବ୍ୟବସ୍ଥା କରିବା, ରାଜ୍ୟରେ ଜାତୀୟ ରାଜପଥ, ବିଶେଷକରି କୋଷ୍ଟାଲ୍ ହାଇୱେ ଏବଂ କ୍ୟାପିଟାଲ୍ ରିଜିଅନ୍ ରିଙ୍ଗ୍ ରୋଡ୍ ପ୍ରକଳ୍ପର ଶୀଘ୍ର ସମାପ୍ତି ନିମନ୍ତେ ଉପଯୁକ୍ତ ପଦକ୍ଷେପ ନେବାକୁ ଅନୁରୋଧ କରାଯାଇଛି। ସେହିପରି ସୁଭଦ୍ରା ଯୋଜନା ମାଧ୍ୟମରେ ମହିଳା ସଶକ୍ତିକରଣ ପାଇଁ କେନ୍ଦ୍ର ସରକାରଙ୍କ ଆଂଶିକ ସହାୟତା ଲାଗି ଓଡିଶା ଅନୁରୋଧ କରିଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ଓଡିଶାର ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳ ପାଇଁ ଅତି କମରେ ୫ ଲକ୍ଷ ଘର ନିର୍ମାଣ ପାଇଁ କେନ୍ଦ୍ର ବଜେଟରେ ଆବଶ୍ୟକୀୟ ଆବଣ୍ଟନ କରିବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ଦାବି କରିଛନ୍ତି। ଏହା ବ୍ୟତୀତ ବିଦ୍ୟୁତ, ଗ୍ରୀନ ହାଇଡ୍ରୋଜେନ୍, ନୂଆ ସହରର ବିକାଶ କ୍ଷେତ୍ର ସହ ରାଜ୍ୟରେ ଗ୍ରୀନ୍ ଏନର୍ଜି କରିଡର ପ୍ରକଳ୍ପ ପାଇଁ କେନ୍ଦ୍ରୀୟ ଅର୍ଥ ପ୍ରଦାନ ପ୍ରସ୍ତାବ ଦିଆଯାଇଛି।

ଅର୍ଥମନ୍ତ୍ରୀମାନଙ୍କ ସହ ପ୍ରାକ୍ ବଜେଟ୍ ଆଲୋଚନା କଲେ ବିତ୍ତମନ୍ତ୍ରୀ ନିର୍ମଳା ସୀତାରମଣ

- Advertisement -

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories