www.samajalive.in
Wednesday, December 10, 2025
16.1 C
Bhubaneswar

ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ବର : ଅବସରପ୍ରାପ୍ତ ବରିଷ୍ଠ ଆଇଏଏସ୍ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକଙ୍କ ପରଲୋକ ଘଟିଛି । ମୁମ୍ବଇରେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ସକାଳ ୭.୩୦ ସମୟରେ ୬୭ବର୍ଷ ବୟସରେ ପ୍ରିୟବ୍ରତଙ୍କ ପରଲୋକ ଘଟିଛି ବୋଲି ସୂଚନା ମିଳିଛି । କିଛିଦିନ ଧରି ଲିଭର କ୍ୟାନସରରେ ପୀଡିତ ହୋଇ ମୁମ୍ବଇରେ ଚିକିତ୍ସାଧୀନ ଥିଲେ ଅବସରପ୍ରାପ୍ତ ବରିଷ୍ଠ ଆଇଏଏସ୍ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକ । ପ୍ରିୟବ୍ରତ ପଟ୍ଟନାୟକଙ୍କ ମୃତ୍ୟୁ ସମ୍ପର୍କରେ ତାଙ୍କର ସମ୍ପର୍କୀୟ ଭାଇ ସିଦ୍ଧାର୍ଥ ମହାନ୍ତି ସୂଚନା ଦେଇଛନ୍ତି । ୧୯୭୬ବ୍ୟାଚ୍‌ର ଆଇଏସ୍ ଅଫିସର ତାଙ୍କର କ୍ୟାରିୟର ଭିତରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ଦକ୍ଷତାର ସହିତ ସମ୍ଭାଳିଥିଲେ । ଓଡ଼ିଶା ଜୁଡୋ ଆସୋସିଏର ସେ ସଭାପତି ମଧ୍ୟ ରହିଥିଲେ । ଅବସରପ୍ରାପ୍ତ ବରିଷ୍ଠ ଆଇଏଏସ୍ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକଙ୍କ ପରଲୋକ ପରେ ତାଙ୍କ ମରଶରୀରରକୁ ମୁମ୍ବଇରୁ ଓଡ଼ିଶା ଆଣିବାକୁ ପ୍ରୟାସ ଜାରି ରହିଛି ।

 

Hot this week

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

Related Articles

Popular Categories