ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ହେବ ବିଶ୍ୱସ୍ତରୀୟ-ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
ନୂଆଦିଲ୍ଲୀ: ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଚଳିତ ବଜେଟରେ ଓଡ଼ିଶାକୁ ଗୁରୁତ୍ୱ ଦିଆଯାଇଛି । ରଜ୍ୟର ପର୍ଯ୍ୟଟନସ୍ଥଳୀ ପାଇଁ ବଜେଟରେ ବିଶେଷ ଘୋଷଣା କରାଯାଇଛି । ପ୍ରାକୃତିକ ଶୋଭାରେ ସମୃଦ୍ଧ ଓଡ଼ିଶାର ବନ୍ୟପ୍ରାଣୀ ଅଭୟାରଣ୍ୟ ଓ ବେଳାଭୂମି ଗୁଡିକ ପର୍ଯ୍ୟଟନର ମୁଖ୍ୟ ଆଧାର ହୋଇଥିବାରୁ ଏଥିପ୍ରତି ବିଶେଷ ଗୁରୁତ୍ୱ ଦିଆଯିବ । ଓଡ଼ିଶାର ପର୍ଯ୍ୟଟନସ୍ଥଳୀକୁ ବିଶ୍ୱସ୍ତରୀୟ କରାଯିବ । ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ଓଡ଼ିଶାକୁ ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।
Comments are closed.