www.samajalive.in
Sunday, December 7, 2025
16.1 C
Bhubaneswar

ଖୁବଶୀଘ୍ର ଓଡ଼ିଶୀ ସଙ୍ଗୀତକୁ ମିଳିବ ଶାସ୍ତ୍ରୀୟ ମାନ୍ୟତା: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଖୁବ୍‍ ଶୀଘ୍ର ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ନେଇ ପଦକ୍ଷେପ ନିଆଯିବ ବୋଲି କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ କହିଛନ୍ତି। ଦିଲ୍ଲୀ ଗସ୍ତରେ ଥିବା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ ଗୁରୁବାର ମନ୍ତ୍ରୀ ଶ୍ରୀ ପଟେଲ୍‍ଙ୍କୁ ଭେଟିଥିଲେ। ଏହି ଅବସରରେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲଙ୍କୁ ଶ୍ରୀ ସାମନ୍ତ ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ ନେଇ ଏକ ଅନୁରୋଧ ପତ୍ର ଦେଇଥିଲେ। ଓଡ଼ିଶାବାସୀ ଦୀର୍ଘ ଦିନରୁ ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ନେଇ ଦାବି କରି ଆସୁଛନ୍ତି। ଏ ନେଇ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରକୁ ଚିଠି ଲେଖିଥିବା ମନ୍ତ୍ରୀ ଶ୍ରୀ ପଟେଲ୍‍ ପ୍ରକାଶ କରିଥିଲେ। ଏ ନେଇ ଖୁବ୍‍ଶୀଘ୍ର ପଦକ୍ଷେପ ନିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ ସାଂସଦ ଶ୍ରୀ ସାମନ୍ତଙ୍କୁ କହିଥିଲେ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories