www.samajalive.in
Thursday, December 11, 2025
14.1 C
Bhubaneswar

ରାଜ୍ୟର ୮ଟି ଜିଲାରେ ତୈଳ ଓ ଗ୍ୟାସର ସନ୍ଧାନ କରିବ ଅଏଲ ଇଣ୍ଡିଆ : ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର : ନୂଆଦିଲ୍ଲୀରୁ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ପୁରୀ ଜିଲ୍ଲା କାକଟପୁର ସ୍ଥିତ ମହାନଦୀ ଅବବାହିକା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଓପନ ଏକ୍ରେଜ୍‍ ଲାଇସେନ୍ସିଂ ପଲିସି(ଓଏଏଲପି)ଅଧୀନରେ ତୈଳ ଓ ଗ୍ୟାସର ସନ୍ଧାନ ପାଇଁ ରାଜ୍ୟର ୫ଟି ବ୍ଲକ ଅର୍ଥାତ୍‍ ୮ଟି ଜିଲାରେ ଅଏଲ ଇଣ୍ଡିଆ ଲିମିଟେଡର ସେସମିକ୍‍ ସର୍ବେକ୍ଷଣ ଅଭିଯାନର ଶୁଭାରମ୍ଭ କରିଛନ୍ତି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଅବସରରେ କହିଛନ୍ତି ଯେ ଭାରତ ସରକାରଙ୍କ ତୈଳ କମ୍ପାନୀ ଅଏଲ ଇଣ୍ଡିଆ ଲିମିଟେଡ୍‍ ମହାନଦୀ ଅବବାହିକାରେ ୫ଟି ବ୍ଲକ ଅର୍ଥାତ୍‍ ରାଜ୍ୟର ୮ଟି ଜିଲା ଯଥା ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାରେ ସେସମିକ୍‍ ସର୍ଭେରେ ୨୨୦ କୋଟି ଟଙ୍କା ସମେତ ୧୨୪୮ କୋଟି ଟଙ୍କା ନିବେଶରେ ବ୍ୟାପକ ଅନ୍ୱେଷଣ ଡ୍ରିଲିଂ ଅଭିଯାନକୁ ଅଗ୍ରସର କରାଯିବ। ଅଏଲ ଇଣ୍ଡିଆ ଲିମିଟେଡ୍‍ ଓଏଏଲପିର ତୃତୀୟ ରାଉଣ୍ଡରେ ତୈଳ ଏବଂ ଗ୍ୟାସ ଅନ୍ୱେଷଣ କରିବା ପାଇଁ ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାର ୫ଟି ବ୍ଲକ ପାଇଁ ୩ ହଜାର ବର୍ଗ କିମି କ୍ଷେତ୍ରରେ ସର୍ବେକ୍ଷଣ କାମ ଆଜି ଠାରୁ ଆରମ୍ଭ କରାଯାଇଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

- Advertisement -

ଅଏଲ ଇଣ୍ଡିଆ ଲିମିଟେଡ୍‍ ଦ୍ୱାରା ଶୁଭାରମ୍ଭ ହୋଇଥିବା ଅଭିଯାନରେ ଅନ୍ୱେଷଣ ସଫଳ ହେଲେ ମହାନଦୀ ଅବବାହିକା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ତୈଳ ଓ ଗ୍ୟାସର ବାଣିଜ୍ୟିକ ଉତ୍ପାଦନ ଓଡ଼ିଶାର ସାମାଜିକ ଓ ଅର୍ଥନୈତିକ ବିକାଶ ଦିଗରେ ଏକ
ଗେମ-ଚେଞ୍ଜର ଭାବେ ଉଭା ହେବ ଓ ଓଡ଼ିଶା ଅର୍ଥନୀତିରେ ନୂଆ ଅଧ୍ୟାୟ ସୃଷ୍ଟି ହେବ। ଏହାସହ ଓଡ଼ିଶା ଉର୍ଜା,ଏଲଏନଜି,
ତୈଳ ତଥା ଗ୍ୟାସ କ୍ଷେତ୍ରରେ ଅଗ୍ରଣୀ କ୍ଷେତ୍ର ହେବ।

ଭାରତକୁ ବିକଶିତ କରିବା ପାଇଁ ହେଲେ ପୂର୍ବ ଭାରତର ବିକାଶ କରିବାକୁ ପଡ଼ିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ   କହିଛନ୍ତି। ଓଡ଼ିଶାକୁ ପୂର୍ବଦୋୟର ପେଣ୍ଠସ୍ଥଳି କରିବା ଦିଗରେ ଆମେ ଅଗ୍ରସର। ଏହି ଅଭିଯାନ ମହାନଦୀ ଅବବାହିକା ଓ ପାର୍ଶ୍ବବର୍ତୀ ଅଂଚଳରେ ଅନ୍ୱେଷଣ, ଉତ୍ପାଦନ କାର୍ଯ୍ୟ ଏବଂ ହାଇଡ୍ରୋକାର୍ବନ ସଂରକ୍ଷଣ କରିବାରେ ଏକ ମାଇଲଖୁଣ୍ଟ ହେବଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଆତ୍ମନିର୍ଭର ଭାରତ ପରିକଳ୍ପନାକୁ ସାକାର କରିବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ। ଏହି ଭବ୍ୟ ସମାରୋହ ଆୟୋଜନ ପାଇଁ ଶ୍ରୀ ପ୍ରଧାନ ତୈଳ କମ୍ପାନୀ ଅଏଲ ଇଣ୍ଡିଆ ଲିମିଟେଡକୁ ଶୁଭେଚ୍ଛା ଜଣାଇବା ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଓଡ଼ିଶାର ମହାନଦୀ ଅବବାହିକା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଭାରତର ତୈଳ ମାନଚିତ୍ରରେ ଏକ ପ୍ରତିଷ୍ଠିତ ତଥା ଗୁରୁତ୍ୱପୂର୍ଣ୍ଣ ହାଇଡ୍ରୋକାର୍ବନ୍‍ ସଂରକ୍ଷଣ ସ୍ଥାନ ଭାବରେ ଉଭା ହେବ ବୋଲି କହିଛନ୍ତି।

Hot this week

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

Related Articles

Popular Categories