www.samajalive.in
Saturday, December 6, 2025
26.1 C
Bhubaneswar

ବାଇକକୁ ଧକ୍କା ଦେଲା ତେଲ ଟ୍ୟାଙ୍କର: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

ବ୍ରଜରାଜନଗର: ୪୯ ନମ୍ବର ଜାତୀୟ ରାଜପଥ ଗାନ୍ଧିଛକ ନିକଟରେ ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ୧୨.୩୦ ସମୟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ବାଇକକୁ ପଛ ପଟରୁ ତେଲ ଟ୍ୟାଙ୍କର ଧକ୍କା ଦେବା ଫଳରେ ସ୍ତ୍ରୀର ଶୋଚନୀୟ ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀ ଗୁରୁତର ଆହତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁସାରେ, ସୁନ୍ଦରଗଡ ଦରିଆମାଲର ରମେଶ ରାଉତ ପତ୍ନୀଙ୍କ ସହିତ ବାଇକ ଯୋଗେ ବନ୍ଧବାହାଲରେ ରହୁଥିବା ନିଜ ଝିଅ ପାଖକୁ ଯାଉଥିଲେ। ହେଲେ ଗାନ୍ଧିଛକ ପାରି ହେବା ପରେ ୪ ନମ୍ବର କୋଇଲା ଖଣି ସମ୍ମୁଖରେ ଉଭୟଙ୍କୁ ପଛ ପଟରୁ ଏକ ତେଲ ଟ୍ୟାଙ୍କର ଧକ୍କା ଦେଇଥିଲା। ତେଲ ଟ୍ୟାଙ୍କର ଚଢିଯିବାରୁ ରମେଶଙ୍କ ଉଭୟ ଗୋଡ଼ରେ ଗୁରୁତର ଆଘାତ ଲାଗିଥିବା ବେଳେ ତାଙ୍କ ସ୍ତ୍ରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଖବର ପାଇବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ରମେଶଙ୍କୁ ପ୍ରାଥମିକ ଚିକିତ୍ସା ପାଇଁ ମଣ୍ଡଳିଆ କେନ୍ଦ୍ରୀୟ ଚିକିତ୍ସାଳୟକୁ ନେଇଥିଲେ। ହେଲେ ଅଧିକ ଚିକିତ୍ସା ପାଇଁ ସେଠାରୁ ତାଙ୍କୁ ଅନ୍ୟ ଏକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ଦୁର୍ଘଟଣାକୁ କେନ୍ଦ୍ର କରି ସଂପୃକ୍ତ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ୟକ୍ତ ଲୋକେ କିଛି ସମୟ ପାଇଁ ଜାତୀୟ ରାଜପଥ ଅବରୋଧ କରିବା ଯୋଗୁଁ ଗାଡି ଚଳାଚଳ ସଂପୂର୍ଣ୍ଣ ବନ୍ଦ ରହିଥିଲା। ସେପଟେ ବ୍ରଜରାଜନଗର ଏବଂ ଓରିଏଣ୍ଟ ପୁଲିସ ଭିଡକୁ ନିୟନ୍ତ୍ରଣ କରିବା ପରେ ରାସ୍ତା ଜାମ ହଟିଥିଲା। ଅନ୍ୟପଟେ ପୁଲିସ ଦୁର୍ଘଟଣା ଘଟାଇଥିବା ତେଲ ଟ୍ୟାଙ୍କରକୁ ଜବତ କରିବା ସହିତ ମହିଳାଙ୍କ ମୃତଦେହକୁ ବ୍ୟବଛେଦ ପାଇଁ ପଠାଇଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories