www.samajalive.in
Saturday, December 13, 2025
21.1 C
Bhubaneswar

ଆମେରିକାରେ ପୁଣି ଗୁଳିକାଣ୍ଡ; ଜଣେ ମୃତ, ୭ ଆହତ

ୱାଶିଂଟନ୍‌: ଆମେରିକାରେ ପୁଣି ଗୁଳିକାଣ୍ଡ ଘଟିଛି । ଓକଲାହୋମାର ମେମୋରିଆଲ ଡେ ଫେଷ୍ଟିଭାଲରେ ଗୁଳିକାଣ୍ଡ ଘଟିଥିବା ସୂଚନା ମିଳିଛି । ଆମେରିକା ଗଣମାଧ୍ୟମର ସୂଚନା ଅନୁଯାୟୀ ଏହି ଗୁଳିକାଣ୍ଡରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ୭ଜଣ ଆହତ ମଧ୍ୟ ହୋଇଛନ୍ତି । ସମସ୍ତ ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସୂଚନା ମୁତାବକ ଓକଲାହୋମାରେ ମେମୋରିଆଲ ଡେ ଫେଷ୍ଟିଭାଲ ଚାଲିଥିବା ବେଳେ ଜଣେ ବନ୍ଧୁକଧାରୀ ଦୁର୍ବୃତ୍ତ ସେଠାରେ ପହଞ୍ଚିଥିଲେ । ସେଠାରେ କେହି କିଛି ଜାଣିବା ଆଗରୁ ଅତର୍କୀତ ଗୁଳିଚାଳନା ଆରମ୍ଭ କରିଥିଲା ଦୁର୍ବୃତ୍ତ ଜଣକ । ତେବେ ଦୁର୍ବୃତ୍ତର ଗୁଳିରେ ଘଟଣାସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା । ଅନ୍ୟ ୭ଜଣ ମଧ୍ୟ ଆହତ ହୋଇଛନ୍ତି । ଏନେଇ ଖବର ପାଇବା ପରେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ଦୁର୍ବୃତ୍ତ ଜଣକ ସେଠାରୁ ଖସିଯାଇଛି ।

- Advertisement -

ସୂଚନା ଥାଉକି ଏଇ କିଛିଦିନ ତଳେ ଆମେରିକାରେ ଜଣେ ଯୁବକ ଏକ ସ୍କୁଲ ଉପରେ ଗୁଳି ଚଳାଇଥିଲେ । ଫଳରେ ଛାତ୍ରଛାତ୍ରୀଙ୍କ ସହ ୨୧ଜଣଙ୍କ ମୃତ୍ୟୁ ହୋଇଥିଲା । ସେଠାରେ ଉପସ୍ଥିତଥିବା ସିକ୍ୟୁରିଟି ଗାର୍ଡ ମଧ୍ୟ ଯୁବକଙ୍କ ଉପରେ ପାଲଟା ଗୁଳିକରିବାରୁ ଯୁବକ ଜଣକଙ୍କ ମୃତ୍ୟୁ ହୋଇଥିଲା ।

 

 

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories