www.samajalive.in
Monday, December 8, 2025
17.1 C
Bhubaneswar

ବରିଷ୍ଠ ନାଗରିକଙ୍କ ଯତ୍ନକୁ ପ୍ରାଥମିକତା: କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦେଶ

ଠିକ୍ ସମୟରେ ପେନସନ ସହ କୋବିଡ଼ କିଟ୍ ଯୋଗାଇବାକୁ ପରାମର୍ଶ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କରୋନା କାଳରେ  ବରିଷ୍ଠ ନାଗରିକମାନଙ୍କ ଯତ୍ନ ସହ ସେମାନଙ୍କୁ ଠିକ୍ ସମୟରେ ପେନସନ, ମାସ୍କ, ସାନିଟାଇଜର ସହ ଅତ୍ୟାବଶ୍ୟକୀୟ ଉତ୍ତମ ସେବା ଯୋଗାଇଦେବାକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ।

ଜଷ୍ଟିସ ଅଶୋକ ଭୂଷଣଙ୍କ ନେତୃତ୍ୱରେ ଗଠିତ ବେଞ୍ଚ ରାଜ୍ୟ ସରକାରଙ୍କୁ ତୁରନ୍ତ ଏହାର ଜବାବ ଦେବାକୁ  ମଙ୍ଗଳବାର ଦେଇଛନ୍ତି । ଏହା ସହ ଅଦାଲତ କୋଭିଡ଼-୧୯ ସମୟରେ ବୃଦ୍ଧାବସ୍ଥା ଦେଇ ଗତି କରୁଥିବା ବ୍ୟକ୍ତିମାନଙ୍କ ପ୍ରତି ସୁରକ୍ଷା ସାବଧାନତାକୁ ସୁନିଶ୍ଚିତ କରିବା ସହ ସେମାନଙ୍କୁ ବ୍ୟକ୍ତିଗତ ସୁରକ୍ଷା ଉପକରଣ, ସାନିଟାଇଜର, ମାସ୍ ଆଦି ଯୋଗାଇ ଦେବା ନିମନ୍ତେ ପଦକ୍ଷେପ ନେବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦେଶ ଦେଇଛନ୍ତି ।

- Advertisement -

ପୂର୍ବତନ କେନ୍ଦ୍ର ଆଇନ ମନ୍ତ୍ରୀ ଅଶ୍ୱିନୀ କୁମାର ସୁପ୍ରିମକୋର୍ଟରେ କରୋନା କାଳରେ ବରିଷ୍ଠ ନାଗରିକଙ୍କ ସମସ୍ୟା ସଂକ୍ରାନ୍ତ ଏକ ଜନସ୍ବାର୍ଥ ମାମଲା ସୁପ୍ରିମକୋର୍ଟରେ ଦାଖଲ କରିଥିଲେ । ଏହାର ବିଚାର କରି ସୁପ୍ରିମକୋର୍ଟ ବୟସ୍କ ଲୋକମାନେ କରୋନା ସମୟରେ ସମସ୍ୟାର ସମ୍ମୁଖୀନ ହେଉଥିବାରୁ ସେମାନଙ୍କ ହାତପାହାନ୍ତାରେ ଆବଶ୍ୟକୀୟ ସାମଗ୍ରୀ ଉପଲବ୍ଧ କରିବା ନିମନ୍ତେ ନିର୍ଦେଶ ଦେଇଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories