www.samajalive.in
Monday, December 15, 2025
27.1 C
Bhubaneswar

ବୃଦ୍ଧଙ୍କୁ କଚାଡି ମାରିଲା ଷଣ୍ଢ

ଯାଜପୁର : ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଳକ ଦେଓଦାଗାଁରେ ଅଭାବନୀୟ ଘଟଣା ଘଟିଛି। ଦିନକୁ ଦିନ ସମଗ୍ର ଅଞ୍ଚଳରେ ଷଣ୍ଢ ମାନଙ୍କର ଦୌରାତ୍ମ୍ୟ ବୃଦ୍ଧି ପାଇବାରେ ଲାଗିଛି । ମଙ୍ଗଳବାର ସକାଳେ ଏକ ଷଣ୍ଢ ବିଲରେ ପଶି ଧାନ ଫସଲ ନଷ୍ଟ କରୁଥିଲା। ଏହା ଦେଖି ଗାଁର ଜଣେ ବୃଦ୍ଧ ତାକୁ ବାଡେଇବାକୁ ଚେଷ୍ଟା କରିଥିଲେ । ଫଳରେ ଷଣ୍ଢଟି ବୃଦ୍ଧଙ୍କୁ କଚାଡି ଦେଇଥିଲା। ପରେ ପରିବାର ଲୋକ ଗୁରୁତର ଅବସ୍ଥାରେ ବୃଦ୍ଧଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତକ ଦେଓଦା ଗାଁର ଅଲେଖ ମଲିକ ବୋଲି ଜଣାପଡିଛି। ଘଟଣାକୁ ନେଇ ଗାଁରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories