www.samajalive.in
Sunday, December 14, 2025
15.1 C
Bhubaneswar

ଭତ୍ତା ଟଙ୍କା ଆଣିବାକୁ ଯାଇ ଅଚେତ୍ ହେଲେ ବୃଦ୍ଧ

ବଲାଙ୍ଗୀର: ଭତ୍ତା ଟଙ୍କା ଆଣିବାକୁ ଯାଇ ଅଚେତ୍ ହୋଇ ପଡିଲେ ବୃଦ୍ଧ। ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକରେ ଏଭଳି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଭତ୍ତା ଟଙ୍କା ପାଇଁ ବ୍ୟାଙ୍କକୁ ଆସିବାକୁ ଅସମର୍ଥ ଥିବା ହିତାଧିକାରୀଙ୍କ ଘରକୁ ଯାଇ ଟଙ୍କା ଦେବାର ବ୍ୟବସ୍ଥା ରହିଛି। କିନ୍ତୁ ଖପ୍ରାଖୋଲ ବ୍ଲକରେ ଏହାର ବ୍ୟତୀକ୍ରମ ଦେଖିବାକୁ ମିଳିଛି। ଶନିବାର ଭତ୍ତା ଟଙ୍କା ଉଠାଣ ପାଇଁ ଲାଠୋର ସେଣ୍ଟ୍ରାଲ ବ୍ୟାଙ୍କକୁ ଜଣେ ବୃଦ୍ଧ ଆସିଥିବାବେଳେ ହଠାତ୍ ଅସୁସ୍ଥ ହୋଇ ତଳେ ପଡିଯାଇଥିଲେ। ସେଠାରେ ଉପସ୍ଥିତ ଥିବା କିଛି ସ୍ତାନୀୟ ଲୋକ ଆସି ବୃଦ୍ଧଙ୍କୁ ପାଣି ଛିଞ୍ଚିଥିଲେ। ପରେ ବୃଦ୍ଧଙ୍କ ଚେତା ଫେରିଥିଲା।  ବୃଦ୍ଧ ଜଣକ ଟଙ୍କପାଣି ପଞ୍ଚାୟତ ବୁଢାଛାପର ଗାଁର ବୃଷବ ବିଶ୍ୱାଳ ବୋଲି ଜଣାପଡିଛି।  ତେବେ ଏଭଳି ବୃଦ୍ଧବୃଦ୍ଧାଙ୍କୁ ତାଙ୍କ ପାସ୍ ବହିରେ ନପକାଇ ତାଙ୍କ ହାତରେ ଭତ୍ତା ଟଙ୍କା ପ୍ରଦାନ କରିବା ପାଇଁ ଦାବି ହେଉଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories