www.samajalive.in
Sunday, December 14, 2025
23.1 C
Bhubaneswar

ହାଇଓ୍ବା ଧକ୍କାରେ ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ

ରାଜନଗର : ରାଜନଗର ବ୍ଲକ ବାଇପାସ୍ ରାସ୍ତାର ଦଳିତ ବସ୍ତି ନିକଟରେ ହାଇଓ୍ବା ଧକ୍କାରେ ପୂର୍ବତନ ସରପଞ୍ଚ ରବିନ୍ଦ୍ରନାଥ ନାୟକଙ୍କ ମୃତ୍ୟୁ ଘଟିଛି। ଦିନ ପ୍ରାୟ ୧୧ଟା ସମୟରେ ସେ ବାଇକ୍ ଯୋଗେ ରାଜନଗର ବଜାରକୁ ଆସୁଥିଲେ। ଦଳିତ ବସ୍ତି ନିକଟରେ ଏକ ହାଇଓ୍ବା (ଓଡି୨୧-ଜି-୦୨୨୬) ଦ୍ରୁତ ଗତିରେ ଆସି ପଛପଟୁ ଧକ୍କା ଦେଇଥିଲା ଓ କିଛି ବାଟ ଘୋଷାରି ନେଇଥିଲା । ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହେବା ସହ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ହ°ସୁଆ ସେତୁ ନିକଟରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ତହସିଲଦାର ଅଜୟ କୁମାର ମହାନ୍ତି, ଏସଡିପିଓ କ୍ଷମା ସାଗର ପଣ୍ଡା, ଆଇଆଇସି ନରେଶ କୁମାର ସାହୁ ପ୍ରମୁଖ ଘଟଣାସ୍ଥଳରେ ପହଂଚି ବୁଝାଇ ରାସ୍ତାରୋକ ହଟିଥିଲା । ଦୁର୍ଘଟଣା ଘଟିବା ପରେ ହାଇଓ୍ବା ଡ୍ରାଇଭର ଫେରାର ଅଛି । ଜିଲ୍ଲା ରେଡ଼କ୍ରସ ପାଣ୍ଠିରୁ ମୃତ ରବିନ୍ଦ୍ରଙ୍କ ପରିବାରକୁ ୩୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି।

Hot this week

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

Related Articles

Popular Categories