www.samajalive.in
Monday, December 8, 2025
20.1 C
Bhubaneswar

ନଳକୂପକୁ ପାଣି ପାଇଁ ଯାଉଥିବା ବେଳେ ପଡ଼ିଗଲା କାନ୍ଥ, ବୃଦ୍ଧା ମୃତ

ଅନୁଗୋଳ: ଅନୁଗୋଳ ଜିଲ୍ଲା ନିଶା ଥାନା ଅନ୍ତର୍ଗତ ସାନ କେରଜାଙ୍ଗ ଗ୍ରାମର ଡାବରଧୁଆଁ ଗ୍ରାମରେ ରବିବାର ଏକ ଅଘଟଣ ଘଟିଛି। ନଳକୂପକୁ  ପାଣି ପାଇଁ ଯାଉଥିବା ବେଳେ କାନ୍ଥ ପଡ଼ିଯିବାରୁ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତା ଜଣକ ହେଲେ କରୁଣା ମହାଳିକଙ୍କ ସ୍ତ୍ରୀ ପ୍ରମିଳା ମହାଳିକ(୬୦)।

ସୂଚନା ଅନୁସାରେ, କିଛି ଦିନ ହେଲା ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗ୍ରାମର ବ୍ରଜ ମୋହନ ଦେବତାଙ୍କ ଘର କାନ୍ଥ ଭୁଶୁଡ଼ି ପଡିଥିଲା। ଏହି ସମୟରେ ସେହି ବାଟ ଦେଇ ପ୍ରମିଳା ନଳକୂପକୁ ପାଣି ପାଇଁ ଯାଉଥିଲେ। ଫଳରେ କାନ୍ଥ ତାଙ୍କ ଉପରେ ପଡ଼ିଯାଇଥିଲା। ପରିବାର ଲୋକ ଦେଖି ସଙ୍ଗେ ସଙ୍ଗେ ପ୍ରମିଳାଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ପ୍ରମିଳାଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ବାଟରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories