www.samajalive.in
Saturday, December 6, 2025
26.1 C
Bhubaneswar

ପାଣିରେ ବୁଡ଼ି ବୃଦ୍ଧାଙ୍କର ମୃତ୍ୟୁ 

ଦେବଗଡ଼: ଗାଁ ପୋଖରୀରେ ବୁଡ଼ି ଗ୍ରାମବାସୀଙ୍କ ଦ୍ୱାରା ଉଦ୍ଧାର ହୋଇଥିବା ନାକ୍ଟିଦେଉଳ ଥାନା ଅନ୍ତର୍ଗତ ପଳସାବୁରୀ ଗ୍ରାମର ଜଣେ ବୃଦ୍ଧାଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଛି।

ପୁଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନାକ୍ଟିଦେଉଳ ଥାନା ଅନ୍ତର୍ଗତ ପଳସାବୁରୀ ଗ୍ରାମର ସ୍ୱର୍ଗତ ବଂଶୀଧର ବିଶ୍ୱାଳଙ୍କ ବିଧବା ପତ୍ନୀ ଦର୍ପଣୀ ବିଶ୍ୱାଳ(୭୨) ଆଜି ପୂର୍ବାହ୍ନ ପ୍ରାୟ ୯ଟା ସମୟରେ ଗାଁ ପୋଖରୀରେ ଗାଧୋଉଥିଲେ। ତେବେ ତାଙ୍କର ଗୋଡ ଖସିଯିବାରୁ ସେ ଗଭୀର ଜଳରେ ବୁଡି ଯାଉଥିବା ଦେଖି ନିକଟରେ ଗାଧୋଉଥିବା ଅନ୍ୟ କେତେକ ଗ୍ରାମବାସୀ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ପରିବାର ଲୋକେ ୧୦୮ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ନିମନ୍ତେ ନିକଟସ୍ଥ ଛତାବର ଡାକ୍ତଖାନାରେ ଭର୍ତ୍ତି କରିଥିଲେ। ମାତ୍ର ଅବସ୍ଥା ଗୁରୁତର ହେବାରୁ ଅଧିକ ଚିକିତ୍ସା ନିମନ୍ତେ ତାଙ୍କୁ ଦେବଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରା ଯାଇଥିଲା। ମାତ୍ର ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଜିଲା ମୁଖ୍ୟ ଚିକିତ୍ସାଳୟ କର୍ତ୍ତୃପକ୍ଷଙ୍କ ଠାରୁ ସୂଚନା ପାଇ ଦେବଗଡ ଥାନା ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଆସନ୍ତାକାଲି ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ପୁଲିସ କହିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories