www.samajalive.in
Sunday, December 7, 2025
14.1 C
Bhubaneswar

ବିଦ୍ୟୁତ୍‍ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ

କଳମପୁର : କଳାହାଣ୍ଡି ଜିଲା କଳମପୁର ବ୍ଲକ୍‍ ଭେଲାଗାଁ ର ଜଣେ ବୃଦ୍ଧ ବିଦ୍ୟୁତ୍‍ ତାର ସଂସ୍ପର୍ଶରେ ଆସିବା ଫଳରେ ତାଙ୍କର ମୃତ୍ୟୁ ହୋଇଛି। ମୃତ ବୃଦ୍ଧ ଜଣକ ଧନପୁର ଗ୍ରାମର ଦୁର୍ଯ୍ୟୋଧନ ରଣା(୬୦)। ସୂଚନା ଅନୁସାରେ, ସେ ପୋଖରୀ ହୁଡ଼ାରେ ଅମରୀ ଗଛ କାଟୁଥିବା ବେଳେ ପୋଖରୀ ଦେଇ ଯାଇଥିବା ଏକ ବିଦ୍ୟୁତ୍‍ ତାର ସଂସ୍ପର୍ଶରେ ଆସିଥିଲେ। ଯଦ୍ୱାରା ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଛି। ବିଦ୍ୟୁତ୍‍ ବିଭାଗର ଅବହେଳା ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ଦର୍ଶାଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ସୂଚନା ପାଇ ଜୟପାଟଣା ପୁଲିସ ଆଇଆଇସି ସୁଶାନ୍ତ କୁମାର ସାହୁ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଇବା ସହ ତଦନ୍ତ ଆରମ୍ଭ କରିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories