www.samajalive.in
Friday, December 5, 2025
27.1 C
Bhubaneswar

ଜମ୍ମୁ କାଶ୍ମୀର: ଶପଥ ନେଲେ ଓମାର ଅବଦୁଲ୍ଲା ସରକାର

ସମାଜ ଡିଜିଟାଲ ଡେସ୍କ: ନେସନାଲ କନ୍‌ଫରେନ୍ସ ନେତା ଓମାର ଅବଦୁଲ୍ଲା ବୁଧବାର ଜମ୍ମୁ କାଶ୍ମୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଉପରାଜ୍ୟପାଳ ମନୋଜ ସିହ୍ନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ପୂର୍ବରୁ ଓମାର ଅବଦୁଲ୍ଲା ଶେଖ୍ ମହମ୍ମଦ ଅବଦୁଲ୍ଲାଙ୍କ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଓମାରଙ୍କ ସହ ନେସନାଲ କନ୍‌ଫରେନ୍ସ ନେତା ସୁରିନ୍ଦର ଚୌଧୁରୀ ଜମ୍ମୁ କାଶ୍ମୀରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏହା ବ୍ୟତୀତ ସତୀଶ ଶର୍ମା, ସକୀନା ଇଟୁ ପ୍ରମୁଖ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। କଂଗ୍ରେସ ଦଳ ସରକାରରେ ସାମିଲ ହୋଇନାହିଁ। ବାହାରୁ ଓମାର ସରକାରଙ୍କୁ ସମର୍ଥନ କରିବାକୁ କଂଗ୍ରେସ ନିଷ୍ପତ୍ତି ନେଇଛି। ଶେର୍‌‌ ଇ କାଶ୍ମୀର ଇଣ୍ଟରନେସନାଲ୍‌‌ କନଭେନ ସେଣ୍ଟରରେ ଅନୁଷ୍ଠିତ ଶପଥ ଗ୍ରହଣ ସମାରୋହରେ ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଓ୍ବାଡ୍ରା, ଜେକେଏନସି ମୁଖ୍ୟ ଫାରୁକ୍ ଅବଦୁଲ୍ଲା, ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ, ପିଡିପି ମୁଖ୍ୟ ମେହବୁବା ମୁଫ୍‌ତି, ଆପ୍‌ ନେତା ସଞ୍ଜୟ ସିଂହଙ୍କ ସମେତ ଇଣ୍ଡିଆ ମେଣ୍ଟର ଅନ୍ୟ ନେତାମାନେ ଉପସ୍ଥିତ ଥିଲେ।

- Advertisement -

ସୂଚନାଯୋଗ୍ୟ, ଧାରା ୩୭୦ ହଟିବା ପରେ ପ୍ରଥମ ଥର ପାଇଁ ଜମ୍ମୁ-କାଶ୍ମୀରରେ ନିର୍ବାଚିତ ସରକାର ଗଠନ ହୋଇଛି। ୨୦୧୮ରେ ବିଜେପି ପିଡିପିଠାରୁ ସମର୍ଥନ ପ୍ରତ୍ୟାହାର ପରେ ସେଠାରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିଲା। ନିକଟରେ କେନ୍ଦ୍ର ସରକାର ରାଷ୍ଟ୍ରପତି ଶାସନ ପ୍ରତ୍ୟାହାର କରିଥିଲେ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories